ଭିଣୋଇର ଗୁଳି ମାଡ଼ରେ ଶଳାର ମୃତ୍ୟୁ
by Argus News
Sun, Jun 16 | 12:06 p.m.

ଗଜପତି: ଭିଣୋଇର ଗୁଳି ମାଡ଼ରେ ଶଳାର ମୃତ୍ୟୁ ।  ଗଜପତି ଜିଲ୍ଲା ମୋହନା ଥାନା ଭାଲିଆଗଣି ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ କୈଳାଶ ନାୟକ । ଗତକାଲି ଅପରାହ୍ନରେ କୈଳାଶ କାଠ ଆଣିବାକୁ ଜଙ୍ଗଲକୁ ଯାଇଥିଲେ । ଏହି ସମୟରେ ଭିଣୋଇ ଉଦୟ ନିଜ ଦେଶି ବନ୍ଧୁକରେ କୈଳାଶଙ୍କୁ ଗୁଳି କରିଥିଲା ।

କୈଳାଶଙ୍କ ଛାତିରେ 2 ରାଉଣ୍ଡ ଗୁଳି ବାଜିଥିବା ବେଳେ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି  ହତ୍ୟାକାଣ୍ଡ ହୋଇଥିବା  ଜଣାପଡିଛି । ମୋହନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଅଭିଯୁକ୍ତ ଭିଣୋଇ ଉଦୟ ନାୟକକୁ କାବୁ କରିବା ସହ ଦେଶି ବନ୍ଧୁକ ଜବତ କରି ତଦନ୍ତ କରୁଛି । 

ଆହୁରି ପଢନ୍ତୁ ଓଡିଶା ଖବର...
 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର