ସୁପ୍ରିମକୋର୍ଟରେ ନବ ଦାସ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି
by Argus News
Mon, Jun 17 | 3:08 p.m.

ଅର୍ଗସ ବ୍ୟୁରୋ: ସୁପ୍ରିମକୋର୍ଟରେ ନବ ଦାସ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ଦାବି । ସମାଜସେବୀ ପିନାକ ମହାନ୍ତି ସୁପ୍ରିମକୋର୍ଟରେ ଏହି ମାମଲା ଦାୟର କରିଥିବା ବେଳେ ଗତ ଏପ୍ରିଲ ୧୫ ତାରିଖ ଏହାର ପ୍ରଥମ ଶୁଣାଣି ହୋଇଥିଲା। ଜଷ୍ଟିସ ସୂର୍ଯ୍ୟକାନ୍ତ ଓ ଜଷ୍ଟିସ କେ.ଭି ବିଶ୍ୱନାଥନଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରି ଆସନ୍ତା ଜୁଲାଇ ୨୯ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ଯ୍ୟ କରିଛନ୍ତି । ଆବେଦନକାରୀ କହିଛନ୍ତି, ଓଡ଼ିଶାର ବହୁ ଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଓଡ଼ିଶା ସରକାରଙ୍କ ସଂସ୍ଥା ଦ୍ବାରା ହେଉଥ‌ିବା ତଦନ୍ତ ସନ୍ଦେହ ସୃଷ୍ଟି କରୁଛି।  ସିବିଆଇ ତଦନ୍ତ କରାଗଲେ ହତ୍ୟାକାଣ୍ଡର ଅସଲ କାରଣ ଜଣାପଡ଼ିବ। ଏହି ହତ୍ୟାକାଣ୍ଡରେ ତତ୍କାଳୀନ ବିଜେଡି ନେତା ଭି.କେ କେ ପାଣ୍ଡିଆନ ଓ  ତତ୍କାଳୀନ ବିଧାୟକ ବବି ଦାସଙ୍କ ଭୂମିକା ରହିଥ‌ିବା ଅଭିଯୋଗ କରାଯାଇଛି। ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା