କଅଁଳ ବୟସରେ ବୁଝିପାରିଲାନି ପ୍ରେମିକର ମନ, ଦେଲା ଧୋକା
by Argus News
Thu, Dec 07 | 9:55 p.m.

ଅର୍ଗସ ବ୍ୟୁରୋ : ପ୍ରଥମେ କଥାବାର୍ତ୍ତା, ପରେ ପ୍ରେମ ଓ ତାପରେ ଶାରୀରିକ ସମ୍ପର୍କ । ଏବେ ଧୋକା ଦେଲା ପ୍ରେମିକ । ଏଭଳି ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକରେ । ଦଶପଲ୍ଲା ଥାନା ଲେମ୍ବୁଗୋଛା ଗ୍ରାମର ବିଶ୍ୱନାଥ କହଁର ଶ୍ରମିକ ଭାବେ କାମ କରନ୍ତି । ବର୍ଷେ ତଳେ ଦୁଇ ଜଣଙ୍କ ଦେଖାସାକ୍ଷତ ହୋଇଥିଲା ୧୪ ବର୍ଷୀୟ ନାବାଳିକାର ସହ । ପ୍ରଥମ ଦେଖାରେ ବିଶ୍ୱନାଥ ତାଙ୍କୁ ପସନ୍ଦ କରିଥିଲେ । ମିଠା ମିଠା କଥା କହି ତାଙ୍କ ମନ କିଣି ଥିଲେ । ଆଉ ନାବାଳିକା ମଧ୍ୟ ବିଶ୍ୱନାଥଙ୍କ ପ୍ରେମକୁ ଗ୍ରହଣ କରିଥିଲେ । ତାପର ଦିନ ପ୍ରେମିକାକୁ ଧରି ଚମ୍ପଟ ମାରିଥିଲେ ବିଶ୍ୱନାଥ ।

ନାବାଳିକାକୁ ନେଇ ବିଶ୍ବନାଥ ବିବାହ ମଧ୍ୟ କରିଥିଲେ । ଆଉ ତାଙ୍କ ସହିତ ଶାରୀରିକ ସମ୍ପର୍କ ରଖିଥିଲେ । ପତି ପତ୍ନୀଙ୍କ ହୋଇ ଗୋଟିଏ ରୁମରେ ରହୁଥିଲେ । ଦୀର୍ଘ ଦଶମାସ ଧରି ଶାରୀରିକ ସମ୍ପର୍କ ରଖିଥିଲେ ବିଶ୍ବନାଥ । କଅଁଳ ବୟସରେ ହୋଇଥିବାରୁ ଝିଅଟି କିଛି ବୁଝି ପାରୁ ନଥିଲେ ମଧ୍ୟ ନିଜକୁ ଭାବି ସ୍ୱାମୀଙ୍କ ଆଗରେ ଉପସ୍ଥାପନ କରୁଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର

କିଛି ଦିନ ରହିବା ପରେ ବିଶ୍ବନାଥ ମନରେ ଘର କରୁଥିଲା ସନ୍ଦେହ । ଟିକେ ଟିକେ କଥାରେ କରୁଥିଲା ସନ୍ଦେହ । ଯାହାକୁ ନେଇ ଦୁଇ ଜଣଙ୍କ ମଧ୍ୟରେ ସୃଷ୍ଟି ହୋଉଥିଲା ଝଗଡ଼ା ।  ପରବର୍ତ୍ତୀ ସମୟରେ ଉଗ୍ର ରୂପ ନେଉଥିଲା ଝଗଡ଼ା । ଆଉ ସମୟ ସୁବିଧା ନିଜ ପ୍ରେମିକାକୁ ଘରୁ ବାହାର କରିଦେଇ ଥିଲେ । ପ୍ରେମିକ ଠାରୁ ଧୋକା ପଇଲା ପରେ ଘରକୁ ଫେରିଥିଲେ ପ୍ରେମିକା ଆଉ ପରିବାର ଲୋକଙ୍କ ଆଗରେ ବଖାଣି ଥିଲେ ସେ କଲା ରାତିର କରୁଣ କାହାଣୀ । ଝିଅ ଠାରୁ ସବୁ କଥା ଶୁଣିଲା ପରେ ପରିବାର ଲୋକ ଏନେଇ ଦଶପଲ୍ଲା ଥାନାରେ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗକୁ ଭିତ୍ତି କରି ପୋଲିସ ଧୋକା ବାଜ ପ୍ରେମିକକୁ ଗିରଫ କରି କୋର୍ଟ ଚାଲାଣ କରିଛି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ