ଆଇଓସିର ସଦସ୍ୟା ଭାବେ ନୀତା ଅମ୍ବାନି ନିର୍ବାଚିତ
by Argus News
Thu, Jul 25 | 10:35 a.m.

ଅର୍ଗସ ବ୍ୟୁରୋ :୨୬ରୁ ପ୍ୟାରିସରେ ଆରମ୍ଭ ହେବାକୁ ଯାଉଛି ୩୩ତମ ଅଲମ୍ପିକ୍ସ ମହାଲଢେଇ,ତାର କିଛି ଘଣ୍ଟା ପୂର୍ବରୁ ଭାରତକୁ ମିଳିଛି ଖୁସି,ରିଲାଏନ୍ସ ଫାଉଣ୍ଡେସନ୍‌ର ପ୍ରତିଷ୍ଠାତା ନୀତା ଅମ୍ବାନି ଅନ୍ତର୍ଜାତୀୟ ଅଲିମ୍ପିକ୍ସ ପରିଷଦ ବା ଆଇଓସିର ସଦସ୍ୟା ଭାବେ ପୁଣି ଥରେ ହୋଇଛନ୍ତି ନିର୍ବାଚିତ । ଆଇଓସିର ମୋଟ ୯୩ ଜଣ ସଦସ୍ୟ ଭୋଟ ଦେଇଥିଲେ। ସମସ୍ତ  ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ପଡିଥିଲା।

 ନୀତା କହିଛନ୍ତି ଯେ ଆଇଓସି ସଦସ୍ୟା ଭାବେ ପୁନଃ ନିର୍ବାଚିତ ହୋଇଥିବାରୁ ମୁଁ ଅତ୍ୟନ୍ତ ଗର୍ବିତ। ଏହା ଏକ ବ୍ୟକ୍ତିଗତ ମାଇଲ୍‌ଖୁଣ୍ଟ ନୁହେଁ, ବରଂ ବିଶ୍ବ କ୍ରୀଡ଼ା ଦୃଶ୍ୟପଟ୍ଟରେ ବଢ଼ି ଚାଲିଥିବା ଭାରତର ପ୍ରଭାବକୁ ଦର୍ଶାଉଛି। ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ ଆଇଓସି ସଦସ୍ୟ ଭାବରେ ନିର୍ବାଚିତ ହୋଇଥିଲେ।

 ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଭାରତ ୪୦ ବର୍ଷ ଅପେକ୍ଷା ପରେ ଆଇଓସିର ବାର୍ଷିକ ବୈଠକ ଆୟୋଜନ କରିଥିଲା। ୨୦୨୩ ମସିହାରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଏହା ସଫଳତାର ସହିତ ଆୟୋଜିତ କରାଯାଇଥିଲା।
 


 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା