ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କଲେ ନୀତିନ ଗଡକରୀ
by Argus News
Thu, May 09 | 4:23 p.m.

ପୁରୀ:  ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡକରି । ଆଜି ଅପରାହ୍ନ ୧ଟା ୪୫ ରେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କେନ୍ଦ୍ରମନ୍ତ୍ରୀ ତାଳବଣିଆ ହେଲିପ୍ୟାଡ ଠାରେ ପହଞ୍ଚିବା ପରେ ତାଙ୍କୁ ବିଜେପି ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର ଓ ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ । 

ପରେ କେନ୍ଦ୍ରମନ୍ତ୍ରୀ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଶ୍ରୀମନ୍ଦିର ଦର୍ଶନରେ ଆସିଥିଲେ । ଶ୍ରୀମନ୍ଦିର ନିକଟରେ ପହଞ୍ଚିବା ପରେ ବିଜେପି ନେତା, କର୍ମୀ ଓ ବରିଷ୍ଠ ସେବାୟତ ମାନେ ତାଙ୍କୁ ସ୍ୱାଗତ କରିଥଲେ । ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର ଓ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ତାଙ୍କୁ ଶ୍ରୀମନ୍ଦିର ଭିତରକୁ ପାଛୋଟି ନେଇଥିଲେ । ପ୍ରଥମେ ପତିତପାବନଙ୍କୁ ମୁଣ୍ଡିଆ ମାରି ଶ୍ରୀମନ୍ଦିରକୁ ପ୍ରବେଶ କରିଥଲେ କେନ୍ଦ୍ରମନ୍ତ୍ରୀ । ପରେ ରତ୍ନ ସିଂହାସନରେ ଚତୁର୍ଦ୍ଧା ବିଗ୍ରହଙ୍କ ଦର୍ଶନ କରିବା ସହ ବେଢ଼ା ପରିକ୍ରମା କରି ପାର୍ଶ୍ଵ ଦେବତାଙ୍କୁ ଦର୍ଶନ କରିଥଲେ । 

ଦର୍ଶନ ସାରି ଫେରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରି କହିଥିଲେ ସାରା ବିଶ୍ଵର କଲ୍ୟାଣ ପାଇଁ ସେ ପ୍ରାର୍ଥନା କରିଥଲେ । ମହାପ୍ରଭୁଙ୍କ ଦର୍ଶନ କରିବାର ସୌଭାଗ୍ୟ ମିଳିଲା। ନିଜକୁ ଭାଗ୍ୟବାନ ମନେ କରୁଛି। ଆମ ଦେଶ ସମୃଦ୍ଧ ଓ ଶକ୍ତିଶାଳୀ ହେଉ। ଜଗନ୍ନାଥ ସମସ୍ତଙ୍କୁ ଆଶୀର୍ବାଦ କରନ୍ତୁ। ତେବେ ଆଜି କୃଷ୍ଣ ପ୍ରସାଦରେ ଏକ ନିର୍ବାଚନ ସଭାରେ ଯୋଗ ଦେବାର କାର୍ଯକ୍ରମ ରହିଛି। 
 

ଅମିତ ଶାହ
11m ago
ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି ଅମିତ ଶାହ , ବିଶାଳ ଜନସଭାକୁ କରିବେ ସମ୍ବୋଧନ
ଢେଙ୍କାନାଳ : ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଶାଳ ଜନସଭାକୁ କରିବେ ସମ୍ବୋଧନ |ତେବେ ପରଜଙ୍ଗ ନିର୍ବାଚନ ମଣ୍ଡଳୀ କଙ୍କଡାହାଡ଼ ବ୍ଲକର ବାଟ ଗା
ମତଦାନ
15m ago
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର
ପଞ୍ଚମ ପର୍ଯ୍ୟାୟ
29m ago
ପଞ୍ଚମ ପର୍ଯ୍ୟାୟ ନିର୍ବାଚନରେ ମତଦାନ କଲେ ବଲିଉଡ ସେଲିବ୍ରିଟି
ଅର୍ଗସ ବ୍ୟୁରୋ: ଆଜି ସକାଳୁ ପଞ୍ଚମ ପର୍ଯ୍ୟାନ ନିର୍ବାଚନ ଆରମ୍ଭ ହୋଇ ଯାଇଥିବା ବେଳେ ଭୋଟ୍‌ ଦେଉଛି ଦେଶ। ସାଧାରଣ ଜନତାଙ୍କଠାରୁ ନେଇ ବିଭିନ୍ନ ସେଲିବ୍ରିଟି ନିଜର ମତଦାନ କରିବାକ