ଖ୍ୟାତ ନିର୍ଦ୍ଦେଶକ, ଲେଖକ ଓ ଅଭିନେତା ଡ.ସଚ୍ଚି ଦାସଙ୍କ ବିୟୋଗରେ ରାଜ୍ୟ ବିଜେପିର ଶୋକ
by Argus News
Thu, Apr 18 | 1:13 p.m.

ଅର୍ଗସ ବ୍ୟୁରୋ : ପ୍ରଖ୍ୟାତ ନିର୍ଦ୍ଦେଶକ, ଲେଖକ ଓ ଅଭିନେତା ଡ.ସଚ୍ଚି ଦାସଙ୍କ ଅକାଳ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ର ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ସ୍ୱର୍ଗତଃ ସଚ୍ଚି ଦାସ ଓଡ଼ିଆ କଳାଜଗତ ତଥା ଯାତ୍ରାଜଗତ ପାଇଁ ମାଇଲଖୁଂଟ ଥିଲେ । 

ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସର୍ବୋଚ୍ଚ ସମ୍ମାନ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନରେ ସମ୍ମାନିତ ହୋଇଥିଲେ । ସ୍ୱର୍ଗତଃ ଦାସଙ୍କ ନିର୍ଦ୍ଦେଶିତ ଲୋକପ୍ରିୟ ଯାତ୍ରା ନାଟକ “ଶାଗୁଣା ବସିଛି ଡେଣା ମେଲାଇ” ଏବେ ବି ଲୋକଙ୍କ ହୃଦୟରେ ସ୍ଥାନ ପାଇଛି । ସ୍ୱର୍ଗତଃ ଦାସ ଯାଜପୁର ଜିଲ୍ଲା ବରୀ ଅଂଚଳରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବିୟୋଗ ରାଜ୍ୟ କଳା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ଶ୍ରୀ ସାମଲ ଏବଂ ଶ୍ରୀ ମିଶ୍ର କହିଛନ୍ତି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସ୍ୱର୍ଗତଃ ଦାସଙ୍କ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ତାଙ୍କର ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ରାଜ୍ୟ ବିଜେପି ତରଫରୁ ଶ୍ରୀ ସାମଲ ଓ ଶ୍ରୀ ମିଶ୍ର ସମବେଦନା ଜ୍ଞାପନ କରିଛନ୍ତି ।
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ