ବାତ୍ୟା ପାଇଁ ଦୁଇ ଦିନ ବନ୍ଦ ରହିବ ହାଇକୋର୍ଟ
by Argus News
Wed, Oct 23 | 8:40 p.m.

ଅର୍ଗସ ବ୍ୟୁରୋ: ବାତ୍ୟା ପାଇଁ ଦୁଇ ଦିନ ବନ୍ଦ ରହିବ ହାଇକୋର୍ଟ । 24 ଓ 25 ତାରିଖ ଦୁଇ ଦିନ ବନ୍ଦ ରହିବ ହାଇକୋର୍ଟ । ଏଥିପାଇଁ ନଭେମ୍ବର ୩୦, ଡିସେମ୍ବର ୭ ଶନିବାର ଖୋଲାରହିବ କୋର୍ଟ।  

ସ୍ଥଳଭାଗ ଛୁଇଁଛି ବାତ୍ୟାର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡାରେ ଏହାର ପ୍ରାଥମିକ ପ୍ରଭାବ ଦେଖିବାକୁ ମିଳିଛି । ପାରାଦୀପରୁ ରାଡାରରୁ ମିଳିଥିବା ତଥ୍ୟରୁ ଏହି ସୂଚନା ମିଳିଛି । ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ଆରମ୍ଭ ହୋଇଛି ବର୍ଷା। ଏବଂ ବଢ଼ିଛି ପବନର ବେଗ। ଏବେ ପାରାଦୀପ ଠାରୁ ୪୯୦ କିମି ଦୂରରେ ରହିଛି ବାତ୍ୟା ଦାନା । ଘଣ୍ଟା ପ୍ରତି ୧୩ କିମି ବେଗରେ ଆଗକୁ ବଢୁଛି । ଆସନ୍ତାକାଲି ମଧ୍ୟରାତ୍ର ଓ ୨୫ ତାରିଖ ସକାଳ ସୁଦ୍ଧା ଭୀଷଣ ବାତ୍ୟା ରେ ପରିଣତ ହୋଇ ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ।

Cyclone Breaking : ବାତ୍ୟାର ସବୁ ଅପଡେଟ୍‌

ସେହି ସମୟରେ ପବନର ବେଗ ୧୦୦ ରୁ ୧୦୦ ଅର୍ଥାତ୍ ଝଟକା ପବନ ୧୨୦ କିମି ରହିବା ସମ୍ଭାବନା । ସମୁଦ୍ର ଅଶାନ୍ତ ରହିଛି । ପୁରୀ, ଧାମରା, ପାରାଦୀପ ବନ୍ଦର ପାଇଁ ୧୦ ନମ୍ବର ବିପଦ ସଙ୍କେତ ଜାରି ହୋଇଥିବା ବେଳେ ଗୋପାଳପୁରକୁ ଜାରି ହୋଇଛି ୮ ନମ୍ବର ବିପଦ ସଙ୍କେତ । ଭୁବନେଶ୍ବର ପାଣିପା କେନ୍ଦ୍ରର ସୂଚନା ଅନୁସାରେ ଭୁବନେଶ୍ବରରେ ପାଗ ମେଘୁଆ ରହିବ । ୨୪ ଓ ୨୫ ରେ ବର୍ଷା ହେବ । ପବନର ବେଗ ୬୦ ରୁ ୭୦ କିଲୋମିଟର ରହିପାରେ ।

ଆମେ ଦେଖାଇବୁ ବାତ୍ୟାର ନିଚ୍ଛକ ଛବି

CM REVIEW
ତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟ ପରିଦର୍ଶନ କରି ସେଠାରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷ
CYCLONE UPDATE
କାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9 ଟା ଯାଏଁ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ସନ୍ଧ୍ୟା 5 ଟାରୁ 25 ତାରିଖ ସକାଳ 9ଟା ପର୍ଯ୍ୟନ୍ତ ଭୁବନେଶ୍ୱର ବିମାନ ଚଳାଚଳ ବନ୍ଦ । ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି
ଧାମରା ପୋର୍ଟରେ
ଧାମରା ପୋର୍ଟରେ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ
ଅର୍ଗସ ବ୍ୟୁରୋ: ଧାମରା ଆଦାନୀ ପୋର୍ଟରେ ମନ୍ତ୍ରୀ ସୁରଜ୍ ସୂର୍ଯ୍ୟବଂଶୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ। ପୋର୍ଟ କର୍ତ୍ତୃପକ୍ଷଙ୍କ ସହ ଉପସ୍ଥିତ ଅଛନ୍ତି ଜିଲ୍ଲାର ବିଭିନ୍