ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ
by Argus News
Thu, Nov 28 | 8:02 a.m.

ଅର୍ଗସ ବ୍ୟୁରୋ:  ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ‘୪୩ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୪’ରେ ‘ଓଡ଼ିଶା ମଣ୍ଡପ’କୁ ମିଳିଛି ରୌପ୍ୟ ପଦକ । ଏହି ବିଶାଳ ବାଣିଜ୍ୟ ମେଳାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ‘ଓଡ଼ିଶା ମଣ୍ଡପ’କୁ ଏହି ପୁରସ୍କାର ମିଳିଛି । ନୂଆଦିଲ୍ଲୀରେ ଅବସ୍ଥାପିତ ଓଡ଼ିଶାର ପ୍ରମୁଖ ଆବାସିକ ଆୟୁକ୍ତ ଶ୍ରୀଯୁକ୍ତ ବିଶାଲ ଗଗନ ଓଡ଼ିଶା ସରକାରଙ୍କ ତରଫରୁ ଏହି ପୁରସ୍କାର ଗ୍ରହଣ କରିଥିଲେ । ଭାରତ ବାଣିଜ୍ୟ ପ୍ରୋତ୍ସାହନ ସଙ୍ଗଠନର ଅଧ୍ୟକ୍ଷ-ତଥା-ପରିଚାଳନା ନିର୍ଦ୍ଦେଶକ ଶ୍ରୀ ପ୍ରଦୀପ ସିଂହ ଖରୋଲାଙ୍କ ଠାରୁ  ଏହି ପୁରସ୍କାର ଗ୍ରହଣ ସମୟରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ, ‘ଓଡ଼ିଶା ମଣ୍ଡପ’ର ନିର୍ଦ୍ଦେଶକ ଶ୍ରୀ ଅଶ୍ୱିନୀ କୁମାର ଭୋଇ, ପ୍ରଦର୍ଶନୀ ଅଧିକାରୀ ଶ୍ରୀ ଦୀପକ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ । ନଭେମ୍ବର ୧୪ ତାରିଖଠାରୁ ଆରମ୍ଭ ହୋଇଥିବା ‘ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା’ ୨୭ ତାରିଖରେ ଶେଷ ହୋଇଛି । ‘ବିକଶିତ ଭାରତ, ବିକଶିତ ଓଡ଼ିଶା’ ଥିମରେ ଚଳିତ ବର୍ଷ ‘ଓଡ଼ିଶା ମଣ୍ଡପ’ର ଡିଜାଇନ ପ୍ରସ୍ତୁତ କରାଯାଇଥିଲା । 

NAVY
8m ago
ଅଦ୍ଭୁତ ସାହସିକ ପ୍ରଦର୍ଶନ ମାଧ୍ୟମରେ ଲୋକଙ୍କୁ ରୋମାଞ୍ଚିତ କରିବେ ଭାରତୀୟ ନୌବୀର
ଅର୍ଗସ ବ୍ୟୁରୋ: ଡିସେମ୍ବର 4 ତାରିଖରେ ପୁରୀରେ ଦେଖିବାକୁ ମିଳିବ ଭାରତୀୟ ନୌସେନାର ସୁପର ସୋ । ଅଦ୍ଭୁତ ସାହସିକ ପ୍ରଦର୍ଶନ ମାଧ୍ୟମରେ ଲୋକଙ୍କୁ ରୋମାଞ୍ଚିତ କରିବେ ଭାରତୀୟ ନୌବୀ
POTATO
17m ago
ପଡୋଶୀ ରାଜ୍ୟକୁ ଆଳୁ ରପ୍ତାନୀ ବନ୍ଦ କଲା ପଶ୍ଚିମବଙ୍ଗ
ଅର୍ଗସ ବ୍ୟୁରୋ: ପୁଣି ପଶ୍ଚିମବଂଗର ମନମାନୀ। ପଡୋଶୀ ରାଜ୍ୟକୁ ଆଳୁ ରପ୍ତାନୀ ବନ୍ଦ କଲା ପଶ୍ଚିମବଙ୍ଗ। ସୀମାନ୍ତ ପୋଲିସକୁ ସଜାଗ କରାଇଲେ ମମତା ସରକାର । ଅନୁମତି ନପାଇ ବେଲଦା ନିକଟର
DGP
27m ago
ଆସନ୍ତାକାଲିଠୁ ଭୁବନେଶ୍ୱରରେ ତିନି ଦିନିଆ ଡିଜିପି ସମ୍ମିଳନୀ
ଅର୍ଗସ ବ୍ୟୁରୋ: ଆସନ୍ତକାଲିଠୁ ଭୁବନେଶ୍ବରରେ ତିନି ଦିନିଆ ଡିଜିପି ସମ୍ମିଳନୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ସବୁ ରାଜ୍ୟ
HEMANT SOREN
51m ago
ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ହେମନ୍ତ ସୋରେନ୍
ଅର୍ଗସ ବ୍ୟୁରୋ: ଝାଡଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ହେମନ୍ତ ସୋରେନ୍ । ରାଞ୍ଚିରେ ଶପଥ ଗ୍ରହଣ ସମାରୋହ ହେବ । ଝାଡଖଣ୍ଡ ରାଜ୍ୟପାଳ ସନ୍ତୋଷ କୁମାର ଗଙ୍ଗଓ୍ବା
CHIEF MINISTER
ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି ସସପେନସ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଲାଗି ରହିଛି ସସପେନସ । ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ଫଡନବୀସ ଦୌଡରେ ଆଗରେ ରହିଛନ୍ତି