ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଜ୍ଞାନ ପରମ୍ପରା ଯୁବଶକ୍ତିଙ୍କୁ ଭିନ୍ନ ଅନୁଭବ ଦେଇଛି- ଧର୍ମେନ୍ଦ୍ର ପ୍ରଧାନ
by Argus News
Sat, Dec 02 | 3:10 p.m.

ଭୁବନେଶ୍ୱର:  କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭାରତ ସରକାରଙ୍କ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଅଧୀନରେ ଆରମ୍ଭ ହୋଇଥିବା ଯୁବା ସଂଗମର ତୃତୀୟ ପର୍ଯ୍ୟାୟରେ ଭୁବନେଶ୍ୱର ଆସିଥିବା କେରଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପଢୁଥିବା ଯୁବବର୍ଗଙ୍କୁ ଭେଟି ସେମାନଙ୍କର ଅନୁଭୂତି ଶୁଣିଛନ୍ତି । ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ଆଲୋଚନା କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କଳ୍ପନା ହେଉଛି ଏକ ଭାରତ-ଶ୍ରେଷ୍ଠ ଭାରତ । ଶିକ୍ଷାନୁଷ୍ଠାନ ଗୁଡିକରେ ଆଜିର ଯୁବପିଢିଙ୍କୁ  ଭାରତର ବିଭିନ୍ନ ରାଜ୍ୟକୁ ନେଇ ପର୍ଯ୍ୟଟକ ଭାବରେ ଭ୍ରମଣ କରାଇବା ସହ ସେଠାକାର ସାମାଜିକ ସମ୍ପର୍କ ସହ ସଂସ୍କୃତି, ପରମ୍ପରା, ଖାଦ୍ୟଶୈଳୀକୁ ଅନୁଭବ କରାଇବା ପାଇଁ ନେବା କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ।

ଯୁବା ସଂଗମର ତୃତୀୟ ପର୍ଯ୍ୟାୟ ଶୁଭାରମ୍ଭ ହୋଇଥିବା ବେଳେ ଆଇଆଇଏମ ସମ୍ବଲପୁର ନେତୃତ୍ୱରେ କେରଳର ବିଭିନ୍ନ ଶିକ୍ଷାନୁଷ୍ଠାନର ୪୨ ଜଣ ଛାତ୍ରଛାତ୍ରୀ ଓଡ଼ିଶା ଆସିଛନ୍ତି । ସେମାନେ ସମ୍ବଲପୁର, ପୁରୀ ଓ ଭୁବନେଶ୍ୱର ସହର ସମେତ ଅନ୍ୟାନ୍ୟ ବୁଲି ସ୍ଥାନୀୟ କଳା, ସଂସ୍କୃତି ଓ ସାମାଜିକ ସମ୍ପର୍କକୁ ଅନୁଭବ କରିଛନ୍ତି ।  ଓଡ଼ିଶାର ସମୃଦ୍ଧ ସଂସ୍କୃତି ଓ ଜ୍ଞାନ ପରମ୍ପରାକୁ ନେଇ ଛାତ୍ରଛାତ୍ରୀମାନେ ଗର୍ବ ଅନୁଭବ କରିଛନ୍ତି । ଛାତ୍ରଛାତ୍ରୀମାନେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବା ସହିତ  ସମାଜ ଜୀବନର ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତିବିଶେଷଙ୍କୁ ଭେଟି ନିଜର ଖୁସି ପ୍ରକାଶ କରିଛନ୍ତି । ଏହିପରି ଭାବରେ ଓଡ଼ିଶାର ଛାତ୍ରଛାତ୍ରୀମାନେ ମଧ୍ୟ କେରଳର ଏନଆଇଟି କାଲିକଟ୍ ନେତୃତ୍ୱରେ ସେହି ରାଜ୍ୟକୁ ଯାଇ ସମାନ ଅନୁଭବ ନେଉଛନ୍ତି । ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଦେଶରେ ବିବିଧତା ମଧ୍ୟରେ ଆମେ କିପରି ଏକ ଅଛୁ, ତାହାକୁ ଯୁବାଶକ୍ତିଙ୍କ ମାଧ୍ୟମରେ ପ୍ରଦର୍ଶନ କରିବାର ଏହା ଅନନ୍ୟ ପ୍ରୟାସ । ପ୍ରଧାନମନ୍ତ୍ରୀଙ୍କ କଳ୍ପନାରେ ଯୁବା ସଂଗମ ଏକ ଭାରତ ଶ୍ରେଷ୍ଠ ଭାବନାକୁ ସୁଦୃଢ଼ କରୁଛି  ବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି । ଏହି ଆଲୋଚନା କାର୍ଯ୍ୟକ୍ରମରେ ବୈଦେଶିକ ବ୍ୟାପାର ଓ ସଂସଦୀୟ ରାଷ୍ଟ୍ର ମନ୍ତ୍ରୀ ଭି ମୂରଲିଧରଣ ଉପସ୍ଥିତ ଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ