ମଦ୍ୟପ ଯୁବକଙ୍କୁ ଗିରଫ ପାଇଁ ଧାରଣାରେ ଗ୍ରାମବାସୀ 
by Argus News
Sat, Apr 27 | 1:18 p.m.

କଟକ:  ମଦ୍ୟପ ଯୁବକଙ୍କ ଆକ୍ରମଣରେ ବୃଦ୍ଧ ଗୁରୁତର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ବାଙ୍କୀ  ଥାନା ଅଞ୍ଚଳରେ । ବାଙ୍କୀ ଥାନା ସାହାଡ଼ାପଦା ଗାଁରେ ଶିଲୁ ସ୍ୱାଇଁ ନାମକ ଯୁବକ ସେହି ଗାଁ ଜଣେ ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଗୁରୁତର ଅବସ୍ଥାରେ ବୃଦ୍ଧାଙ୍କୁ ବାଙ୍କୀ ଡ଼ାକ୍ତର ଖାନା ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ପୂର୍ବରୁ ମଧ୍ୟ ଅଭିଯୁକ୍ତ ଶିଲୁ ସ୍ୱାଇଁ ନାଁରେ ମଦ୍ୟ ପାନ କରି ଗାଳି ଗୁଲଜ କରିବା ସହିତ ଲୋକଙ୍କୁ ମାରଣାନ୍ତକ ଆକ୍ରମଣ କରୁଥିବା ଥାନାରେ ଅଭିଯୋଗ ହୋଇଥିଲା ।

ହେଲେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନେ ନେଇ ନଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତକୁ ତୁରନ୍ତ ଗିରଫ ପାଇଁ ଥାନା ସମ୍ମୁଖରେ ଧାରଣା ଦେଇଥିବା ଗ୍ରାମବାସୀଙ୍କୁ ଉଠିଯିବାକୁ ଧମକ ଦେଉଛନ୍ତି ବାଙ୍କୀ ଥାନା ଅଧିକାରୀ ଶିବ ଚରଣ ବେହେରା । ସେପଟେ ଅଭିଯୁକ୍ତ ଶିଲୁ ସ୍ବାଇଁଙ୍କୁ ଗିରଫ କରା ନ ଗଲେ ଧାରଣାରୁ ଓହରିବେ ନାହିଁ ବୋଲି ଚେତାବନି ଦେଇଛନ୍ତି ଗ୍ରାମବାସୀ ।

ଅଧିକ ପଢନ୍ତୁ  ଓଡ଼ିଶା ଖବର 

PM
11m ago
ପୁରୀ ରୋଡ଼ ସୋ' ଶେଷ କରି ଅନୁଗୁଳ ପହଞ୍ଚିଲେ ମୋଦି
ଅର୍ଗସ ବ୍ୟୁରୋ : ଅନୁଗୁଳରେ ପହଞ୍ଚିଲେ ମୋଦି । ପୁରୀ ରୋଡ଼ ସୋ' ଶେଷ କରି ଅନୁଗୋଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ । ସେଠାରେ ସାଧାରଣ ସଭାରେ ଯୋଗ ଦେବେ । ସେଠାରେ ସଭା ଶେଷ କରି ୧୧ଟ
VOTE
36m ago
ସକାଳ ୯ଟା ସୁଦ୍ଧା ୬.୯୯% ମତଦାନ
ଅର୍ଗସ ବ୍ୟୁରୋ : ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ୬.୯୯ ପ୍ରତିଶତ ମତଦାନ ହୋଇଛି । ୫ ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ
PM
ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା
ଅର୍ଗସ ବ୍ୟୁରୋ : ସରିଲା ମୋଦିଙ୍କ ବିଶାଳ ରୋଡ଼ ସୋ' । ମରିଚକୋଟରୁ ଆରମ୍ଭ ହୋଇଥିବା ଏହି ରୋଡ଼ ସୋ' ମେଡିକାଲ ଛକରେ ଶେଷ ହୋଇଛି । ଏହି ରୋଡ଼ ସୋ ରେ ସମଗ୍ର ବଡ଼ଦାଣ୍ଡ ପାଲଟିଥିଲ