ଶପଥ ସମାରୋହ; ଜୟଦେବ ବିହାରରୁ ନାଲକୋ ଛକ ଗାଡ଼ି ଚଳାଚଳ ମନା
by Argus News
Tue, Jun 11 | 12:53 p.m.

ଭୁବନେଶ୍ୱର:  ଆସନ୍ତାକାଲି ଜନତା ମଇଦାନରେ ମୁଖ୍ୟମନ୍ତ୍ରୀଙ୍କ ସହ ନବ ନିର୍ବାଚିତ ମନ୍ତ୍ରିମଣ୍ଡଳଙ୍କ ଶପଥ ସମାରୋହ ହେବ । ଏଥିପାଇଁ ଜୟଦେବ ବିହାର ଛକଠାରୁ ନାଲକୋ ଛକ ଏବଂ ନାଲକୋ ଛକ ଠାରୁ ଜୟଦେବ ବିହାର ଛକ ଦେଇ କୌଣସି ଯାନବାହାନ ଯାତାୟତ କରିପାରିବ ନାହିଁ । ଏହାକୁ ସଂଯୋଗ କରୁଥିବା ଗଳି ରାସ୍ତାରୁ ମଧ୍ୟ କୌଣସି ଗାଡି ଆସି ପାରିବ ନାହିଁ । ଦିନ ୨ଟାରୁ ରାତି ୭ଟା କିମ୍ବା ଶପଥ ସମାରୋହ ଶେଷ ହେବା ପର୍ଯ୍ୟନ୍ତ ଟ୍ରାଫିକ କଟକଣା ରହିବ । 

ଆସନ୍ତାକାଲି ଓଡ଼ିଶାରେ ନୂଆ ବିଜେପି ସରକାର। ଶପଥ ଗ୍ରହଣ ସମାରୋହ ପାଇଁ ଭୁବନେଶ୍ବର ଜନତା ମୈଦାନରେ ଚୁଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି । ଶପଥ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ଏନେଇ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । 

ସୁରକ୍ଷା ଦାୟିତ୍ୱରେ ରହିବେ ୫୮ ଏସିପି, ୯୪ ଇନ୍ସପେକ୍ଟର, ୩୧୨ ଏସ୍‌ଆଇ/ଏଏସ୍‌ଆଇ । ଆସନ୍ତାକାଲି ଦିନ ୨ ଟାରୁ ୭ ଟା ପର୍ଯ୍ୟନ୍ତ ସଂପୃକ୍ତ ଅଞ୍ଚଳରେ ଟ୍ରାଫିକ କଟକଣା ରହିବ । ଜନତା ମଇଦାନ ସୁରକ୍ଷା ଦାୟିତ୍ବ ତଦାରଖ କରିବେ ଆଇଜି ପ୍ରବୀଣ କୁମାର । ଜୟଦେବ ବିହାରରୁ ନାଲକୋ ଛକ ଏବଂ ସଂଲଗ୍ନ ଗଳି ରାସ୍ତାରେ ଗାଡ଼ି ଚଳାଚଳ ମନା । ତମାମ କାର୍ଯ୍ୟକ୍ରମ ପାଇଁ ଜଣେ ଆଇଜି ଓ ୨ ଡିଆଇଜିଙ୍କୁ ଦାୟିତ୍ବ ଦିଆଯାଇଛି । 

ଡିଆଇଜି ସାର୍ଥକ ଷଡ଼ଙ୍ଗୀ ଏୟାରପୋର୍ଟ, ଉମାଶଙ୍କର ଦାସ ଟ୍ରାଫିକ ବୁଝିବେ । ୧୩ ଡିସିପି, ୧୮ ଏଡିସିପି ରାଙ୍କ ଅଧିକାରୀ ମଧ୍ୟ ଦାୟିତ୍ବରେ ରହିବେ ।

ଆହୁରି ପଢନ୍ତୁ ଓଡିଶା ଖବର...


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ