ଆସନ୍ତା ୧୨ ତାରିଖରରୁ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି
by Argus News
Sat, Dec 09 | 9:19 p.m.

ପୁରୀ : ଆସନ୍ତା ୧୨ ତାରିଖରେ ଶ୍ରୀମନ୍ଦିରରେ ଦେବ ଦୀପାବଳୀ ନୀତି ଅନୁଷ୍ଠିତ ହେବ। ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନି ଦିନ ଧରି ଏହା ଅନୁଷ୍ଠିତ ହେବ। ଏହି ଅବସରରେ ମହାପ୍ରଭୁ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ। ତେବେ ମହାପ୍ରଭୁ ଶ୍ରାଦ୍ଧ ବେଶରେ ପିତୃପୁରୁଷଙ୍କୁ ପିଣ୍ଡଦାନ କରିବେ।ଭକ୍ତଙ୍କୁ ଶ୍ରାଦ୍ଧ ବେଶରେ ଦର୍ଶନ ଦେବେ।ଏହି ଅବସରରେ ତିନି ଠାକୁର ଶ୍ବେତ ବସ୍ତ୍ର ପରିଧାନ କରିବେ। ଠାକୁରଙ୍କୁ ସ୍ବର୍ଣ୍ଣ ଅଳଙ୍କାରରେ ବିଭୂଷିତ କରାଯିବ। ପୂଜାପଣ୍ଡାମାନେ ପିଣ୍ଡଦାନ କରିବେ। ଶ୍ରାଦ୍ଧ ନୀତି ସରିବା ପରେ ମନ୍ଦିର ଚୂଡ଼ାକୁ ମହାଦୀପ ଉଠିବ।ଦେବ ଦୀପାବଳୀ ଅବସରରେ  ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ଓ ପୁରୀର ବିଭିନ୍ନ ସାମାଜିକ ସଂଗଠନ ପକ୍ଷରୁ ସିଂହଦ୍ଵାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ୱରେ ଏକ ଲକ୍ଷ ଦୀପ ଜାଳିବାର ଅୟୋଜନ କରାଯାଇଛି ।

ଅଧିକ ପଢନ୍ତୁ : ନୂଆବର୍ଷରୁ ଭକ୍ତ ପାଇବେ ନୂଆ ଅନୁଭୂତି

ଦେବ ଦୀପାବଳି ଦିନ ସହରବାସୀ ନିଜ ଘର ଏବଂ ବଡ଼ଦାଣ୍ଡରେ ସ୍ବେଚ୍ଛାକୃତ ଭାବେ ଦୀପଦାନ କରିବା ଲାଗି   ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ପକ୍ଷରୁ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ନିବେଦନ କରାଯାଇଛି ।ଶ୍ରୀଜଗନ୍ନାଥ ମହାପ୍ରଭୁ ଶ୍ରାଦ୍ଧବେଶରେ ପିତୃ ପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରାଦ୍ଧ ତର୍ପଣାଦି କରୁଥିବାରୁ ଏହାକୁ ଦେବ ଦୀପାବଳି କୁହାଯାଏ ।ତେଣୁ ଦେବ ଦୀପାବଳୀ ଉତ୍ସବକୁ ଭବ୍ୟ କରିବା ପାଇଁ ଗତ କିଛି ବର୍ଷ ହେବ ଓଡିଶା ଇଣ୍ଟରନ୍ୟାସନଲ ସେଣ୍ଟର ପକ୍ଷରୁ ଦୀପଦାନ କରାଯାଉଛି।ଏହି ସଂଗଠନ ସହ ଓଡ଼ିଶା ମୋ ପରିବାର ,ଛତିଶା ନିଯୋଗ ,ବିଭିନ୍ନ ସାଂସ୍କୃତିକ ଓ ସାମାଜିକ ସଂଗଠନ ସାମିଲ ହୋଇଛନ୍ତି ।ପ୍ରତ୍ୟେକ ଘରେ,ନିଜ ନିଜ ସାହିରେ ଥିବା ମନ୍ଦିରରେ ତଥା ବଡ଼ଦାଣ୍ଡରେ ଦୀପ ଜଳାଇ ସଂସାରର ମଙ୍ଗଳ କାମନା ପାଇଁ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବା ପାଇଁ ଅନୁରୋଧ କରାଯାଇଛି।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ