ମର୍ମନ୍ତୁଦ ସଡକ ଦୁର୍ଘଟଣା, ଚାଲିଗଲା ଜୀବନ
by Argus News
Wed, Apr 03 | 7:55 a.m.

ଅର୍ଗସ ବ୍ୟୁରୋ:  ଆଠଗଡ଼ ଥାନା ଅନ୍ତର୍ଗତ ପୁରୁଣା କଟକ ସମ୍ବଲପୁର ରାସ୍ତାର ପାରିଜାତ ହୋଟେଲ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା।ଚଳନ୍ତା ମୋଟରସାଇକେଲ ଉପରେ ଚଢ଼ିଗଲା ଟ୍ରକ ସ୍ୱାମୀ ସ୍ତ୍ରୀ ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। ଘଟଣାରୁ ପ୍ରକାଶ ଯେ ଆଜି ଭୋର ୫ ଟା ସମୟରେ ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଚନ୍ଦ୍ରଶେଖରପ୍ରସାଦ ଗ୍ରାମର ଚଣିଆ ବାରିକ ସ୍ତ୍ରୀ କନ୍ତୋଲି ବାରିକ ଏକ ବିବାହ ଭୋଜି ସାରି ମୋଟରସାଇକେଲରେ ନିଜ ଘରକୁ ଫେରୁଥିବା ବେଳେ ପାରିଜାତ ହୋଟେଲ ନିକଟରେ ଏକ ଟ୍ରକ ପଛପଟୁ ତାଙ୍କ ଉପରେ ଚଢିଯିବାରୁ ସ୍ତ୍ରୀ ଛଟିକି ପଡ଼ି ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହୋଇ ମୃତ୍ୟୁବରଣ କରିଥିବା ବେଳେ ସ୍ୱାମୀ ଚଣିଆ ବାରିକ କୁ ଟ୍ରକ ପାଖାପାଖି ୧୦୦ ମିଟର ଘୋଷାଡି ନେବା ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି ।

ଖବର ପାଇ ଆଠଗଡ଼ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୋଟରସାଇକେଲ କୁ ଜବତ କରି ଦୁର୍ଘଟଣା ଘଟାଇ ଫେରାର ହୋଇଥିବା ଟ୍ରକକୁ ଧରିବା ପାଇଁ ତଦନ୍ତ ଜାରି ରଖିଥିବା ଆଠଗଡ଼ ଥାନା ଅଧିକାରୀ ଅନିରୁଦ୍ଧ ମୁଦୁଲି ସୂଚନା ଦେଇଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ