ପିକଅପ ଧକ୍କାରେ ଜଣେ ମୃତ,ଜଣେ ଗୁରୁତର
by Argus News
Tue, Nov 28 | 6:05 p.m.

ଅର୍ଗସ ବ୍ୟୁରୋ: ମହାବିରୋଡ ଥାନା ଗୋବରି ଛକ ନିକଟରେ ବାଇକକୁ ଧକ୍କା ଦେଲା ପିକଅପ ଗାଡି। ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ସେହି ଥାନା ଅନ୍ତର୍ଗତ ଡୋଲିଆ ଗ୍ରାମର ମିଲୁ ସିଂ। ଗୁରୁତର ହେଲେ ବାପୁନ ସିଂ। 

ଉଭୟ ଏକ ବାଇକ ଯୋଗେ କୌଣସି ଏକ କାମରେ  ଯାଉଥିବା ବେଳେ, ଗୋବରୀ ଛକନିକଟରେ ବିପରିତ ଦିଗରୁ ଆସୁଥିବା ପିକଅପ ଗାଡି ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ରାସ୍ତାର ତଳକୁ ଉଭୟ ଛିଟିକି ପଡିଥିଲେ। ଦୁର୍ଘଟଣା ଘଟାଇବା ପରେ ଘଟଣାସ୍ଥଳରୁ ପିକଅପ ଗାଡି ଫେରାର ହୋଇଯାଇଛି। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଅଧିକ ତଦନ୍ତ ଚଳାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
4m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର