ଆକାଉଣ୍ଟକୁ ଆସିଲା ୧ଟଙ୍କା, ବଢିଲା ସୁଭଦ୍ରା ଉତ୍କଣ୍ଠା
by Argus News
Mon, Oct 07 | 7:19 p.m.

ଅର୍ଗସ ବ୍ୟୁରୋ: ୯ ତାରିଖରେ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ଦେବେ ସରକାର । ତା ପୂର୍ବରୁ ଯୋଗ୍ୟ ବିବେଚିତ ମହିଳାଙ୍କ ଆକାଉଣ୍ଟକୁ ଆଜି ପରୀକ୍ଷାମୂଳକ ଭାବେ ୧ ଟଙ୍କା ପଠାଯାଇଛି । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଆଜି ସୁଦ୍ଧା ୧ କୋଟି ପାର୍ କଲାଣି ସୁଭଦ୍ରା ଯୋଜନା ଆବେଦନ ସଂଖ୍ୟା । ତେବେ ଆବେଦନକାରୀଙ୍କ ମଧ୍ୟରୁ ୩୨ ଲକ୍ଷ ହିତାଧିକାରୀଙ୍କର NPCI କ୍ଲିୟରାନ୍ସ ମିଳିସାରିଛି । ଆଜି ସୁଦ୍ଧା ଯେତିକି ସଂଖ୍ୟାରେ ମହିଳାଙ୍କର NPCI କ୍ଲିୟରାନ୍ସ ମିଳିବ ସେମାନଙ୍କୁ ଆସନ୍ତା ୯ ତାରିଖ ଦିନ ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । NPCI କ୍ଲିୟରାନ୍ସ ପାଇନଥିବା ହିତାଧିକାରୀଙ୍କ ଆବେଦନପତ୍ର ପୁନଃ ଯାଞ୍ଚ କରାଯିବ । ତେବେ ୧ କୋଟିରୁ ଉର୍ଦ୍ଧ୍ଵ ସବୁ ଯୋଗ୍ୟ ହିତାଧିକାରୀଙ୍କୁ ଚଳିତ ବର୍ଷ ଡିସେମ୍ବର ମାସ ସୁଦ୍ଧା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ଵ ନେବା ପରେ ପ୍ରଥମ ଥର ମୟୂରଭଞ୍ଜ ଜିଲ୍ଲାକୁ କରୁଛନ୍ତି ମୋହନ ମାଝୀ । ମହିଳାଙ୍କୁ ସଶକ୍ତ, ଆତ୍ମନିର୍ଭରଶୀଳ ଓ ସମୃଦ୍ଧ କରିବା ପାଇଁ ବାରିପଦାରେ ସୁଭଦ୍ରା ଯୋଜନାର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ବାଣ୍ଟିବେ । ଯାହାକୁ ନେଇ ଜିଲ୍ଲାବାସୀଙ୍କ ସମେତ ବିଶେଷ କରି ମହିଳାଙ୍କ ଭିତରେ ବହୁତ ଉତ୍ସାହ ଦେଖିବାକୁ ମିଳିଛି । 
୯ ତାରିଖରେ ମା ସୁଭଦ୍ରାଙ୍କ କ୍ଷେତ୍ର ବାରିପଦାରର ସୁଭଦ୍ରାର ଦ୍ଵିତୀୟ ପର୍ଯ୍ୟାୟ ହିତାଧିକାରୀଙ୍କୁ ଟଙ୍କା ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ଯେଉଁଥିପାଇଁ ସ୍ଥାନୀୟ ଛଉ ପଡିଆ ନିକଟ କଲେଜ ପଡିଆରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି । ଅକ୍ଟୋବର ୯ ତାରିଖ ଦିନ ୧୧ଟା ବେଳେ "ସୁଭଦ୍ରା ସମ୍ମିଳନୀ" ରେ ଯୋଗଦେବେ ମୁଖ୍ୟମନ୍ତ୍ରୀ । ଏହାସହ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସମେତ ଜିଲ୍ଲାର ସମସ୍ତ ବିଧାୟକ, ସାଂସଦ ଏବଂ ବିଭିନ୍ନ ବିଭାଗର ମନ୍ତ୍ରୀ ମାନେ, ସରକାରୀ ଅଧିକାରୀ ମାନେ ମଧ୍ୟ ଉପସ୍ଥିତ ରହିବେ ।

ସୁଭଦ୍ରା ଓଡ଼ିଶା ଇତିହାସର ସବୁଠୁ ବଡ଼ ଯୋଜନା । ଯେଉଁଥିରେ ୧ କୋଟିରୁ ଉର୍ଦ୍ଧ୍ଵ ମହିଳା ସାମିଲ ହୋଇ ସ୍ଵାବଲମ୍ବୀ ହେବାର ରାହା ପାଇବେ । ୨୪ ନିର୍ବାଚନରେ ଗେମ୍ ଚେଞ୍ଜର୍ ଥିଲା ସୁଭଦ୍ରା ଯୋଜନାର ପ୍ରତିଶ୍ରୁତି । ସୁଭଦ୍ରା ଯୋଜନା ଭାଙ୍ଗି ଦେଲା ବିଜେଡ଼ିର ମହିଳା ଭୋଟ ବ୍ୟାଙ୍କ୍ ବଳ । ରାଜ୍ୟ ରାଜନୀତିର ସମୀକରଣକୁ ବଦଳାଇ ୨୪ ବର୍ଷର ସରକାରକୁ ଗାଦିଚ୍ୟୁତ କରିବାରେ ବଡ଼ ସହାୟକ ହୋଇଥିଲା ବିଜେପିର ଏହି ଘୋଷଣା । ତେବେ ସେପ୍ଟେମ୍ବର ୧୭ରେ ନିଜେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶା ଆସି ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ । ସେଦିନ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସହାୟତା ରାଶି ମିଳିଥିବା ବେଳେ ଦ୍ଵିତୀୟ ପର୍ଯ୍ୟାୟରେ ଅକ୍ଟୋବର ୯ ଦିନ ୪୦ ଲକ୍ଷ ମହିଳାଙ୍କୁ ମିଳିବାକୁ ଯାଉଛି ପ୍ରଥମ କିସ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ଉତ୍କଣ୍ଠା
18m ago
ଆକାଉଣ୍ଟକୁ ଆସିଲା ୧ ଟଙ୍କା, ବଢିଲା ସୁଭଦ୍ରା ଉତ୍କଣ୍ଠା
ଭୁବନେଶ୍ୱର: ଫାଇନାଲ୍ ଟ୍ରାନ୍ସଫର ପୂର୍ବରୁ ସୁଭଦ୍ରା ହିତାଧିକାରୀଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ଆସିଲା 1 ଟଙ୍କା, ବଢ଼ିଲା ଉତ୍କଣ୍ଠା । ସମ୍ପୂର୍ଣ୍ଣ ହେଲାଣି 1 କୋଟିରୁ ଅଧି
ଖୋଲିଲା ଗୁମର
23m ago
ବିଜେଡି ରାଜ୍ୟସଭା ସାଂସଦଙ୍କ ବୟାନ ଖୋଲିଲା ଗୁମର
ଭୁବନେଶ୍ୱର: କ୍ଷମତାରୁ ଯିବା ପରେ ଦୋହଲୁଛି ବିଜେଡିର ମୂଳଦୁଆ । ସମଦୂରତା ଏବେ ସିଦ୍ଧାନ୍ତ ନୁହେଁ । ବିଜେଡି ରାଜ୍ୟସଭା ସାଂସଦଙ୍କ ବକ୍ତବ୍ୟ ଖୋଲିଲା ଗୁମର । ଏବେ ଇଣ୍ଡି ମେଣ୍ଟ ମୁହା
ଭାରତର ଏମିତି
47m ago
ଭାରତର ଏମିତି ଏକ ଗାଁ ଅଛି: ପ୍ରେମପକ୍ଷୀଙ୍କୁ ଆଶ୍ରୟ ଦିଏ ଶାଙ୍ଗଚୁଲ ମନ୍ଦିର
ଅର୍ଗସ ବ୍ୟୁରୋ: ସାରା ଦୁନିଆରେ ପ୍ରେମକୁ ପ୍ରତ୍ୟେକ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ ପ୍ରେମର ନାମକ