ବରଗଡ଼ ଜିଲ୍ଲା ସରସରା ହତ୍ୟାକାଣ୍ଡ ମାମଲାରେ ୨ ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ
by Argus News
Fri, May 24 | 4:40 p.m.

ଅର୍ଗସ ବ୍ୟୁରୋ: ବରଗଡ଼ ଜିଲ୍ଲା ସରସରା ହତ୍ୟାକାଣ୍ଡ ମାମଲାରେ 2 ଅଧିକାରୀଙ୍କୁ ବଦଳି ନିର୍ଦ୍ଦେଶ ଦିଆଯାଇଛି। ବରଗଡ଼ ସଦର ଥାନା ଅଧିକାରୀ ଓ ଅବକାରୀ ଷ୍ଟେସନ ଅଧିକାରୀଙ୍କୁ 24 ଘଣ୍ଟା ମଧ୍ୟରେ ଜିଲ୍ଲା ବାହାରକୁ ବଦଳି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ଗତ 20 ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ସମୟରେ ହୋଇଥିଲା ହତ୍ୟାକାଣ୍ଡ । ଭୁଜାଲିରେ ମରଣାନ୍ତକ ଆକ୍ରମଣରେ ବିଜେପି କର୍ମୀ ସରସରା ହାଇସ୍କୁଲ ପଡ଼ାର ବିଶ୍ଵନାଥ ମିର୍ଦ୍ଧାଙ୍କ ମୃତ୍ୟୁ ଘଟିଥିଲା ।

ବିଶ୍ଵନାଥ ମିର୍ଦ୍ଧା ଜଣେ ଅଟୋ ଚାଳକ ଥିଲେ । କିଛି ଭୋଟରଙ୍କୁ ଧରି ସେ ଅଟୋରେ ଯିବାବେଳେ ଭୁଜାଲିରେ ଆକ୍ରମଣ କରି ତାଙ୍କୁ ହତ୍ୟା କରାଯାଇଥିଲା । ଏହାର ତଦନ୍ତ ପାଇଁ ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତଙ୍କୁ ଦାୟିତ୍ବ ଦିଆଯାଇଥିଲା।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ