ବଡ଼ ଖବର : ମୋକିମଙ୍କୁ ମିଳିଲା ଜାମିନ
by Argus News
Tue, Apr 23 | 12:29 p.m.

ଅର୍ଗସ ବ୍ୟୁରୋ : ମୋକିମଙ୍କୁ ମିଳିଲା ସୁପ୍ରିମକୋର୍ଟରୁ ଜାମିନ । ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରିଥିଲେ ମୋକିମ୍‌ । ତେବେ ଆଜି ମୋକିମଙ୍କୁ ସୁପ୍ରିମକୋର୍ଟ ଆଶ୍ଵସ୍ତି ଦେଇଛନ୍ତି । କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ଜାମିନ ମିଳିଛି । ORHDC ଦୁର୍ନୀତି ମାମଲାରେ ତାଙ୍କୁ ଜାମିନ ଦେଇଛନ୍ତି ସୁପ୍ରିମକୋର୍ଟ । ପୂର୍ବରୁ ମାମଲାକୁ ନେଇ ମୋକିମ ଆବେଦନ କରିଥିଲେ । ଆବେଦନ ପରେ ମାମଲାର ଶୁଣାଣି ପାଇଁ ଗ୍ରହଣ କରିଛନ୍ତି ସୁପ୍ରିମକୋର୍ଟ।  ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟ ତାଙ୍କୁ ୩ବର୍ଷ ଦଣ୍ଡାଦେଶ ଶୁଣାଇଥିବାବେଳେ ଏହାକୁ ସେ ସର୍ବୋଚ୍ଚ ନ୍ୟାୟାଳୟରେ ଚ୍ୟାଲେଞ୍ଜ କରିଥିଲେ । ଏହାକୁ ବିଚାର କରି ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି । ଏହା ଭିତରେ ତାଙ୍କୁ ଗିରଫ ହେବାର ଯେଉଁ ଭୟ ଥିଲା ତାହା ଏବେ ଜାମିନ୍ ମଂଜୁର ପରେ ଦୂର ହୋଇଛି ।

ରାସ୍ତାରୋକ
5m ago
ପାଣି ପାଇଁ ଦୁଇଟି ଜାଗାରେ ରାସ୍ତାରୋକ
ବାଲେଶ୍ୱର: ପାଣି ପାଇଁ ରାସ୍ତାରୋକ । ନୀଳଗିରି ବ୍ଲକ ଭଉଁରୀଆବାଡ଼ ପଞ୍ଚାୟତର ତେନ୍ତୁଳାପଡା ଗାଁରେ ପାନୀୟ ଜଳ ସଙ୍କଟ । ସ୍ବଚ୍ଛ ପାଣି ନମିଳିବାରୁ ବାଧ୍ୟ ହୋଇ ଗାଁ ଲୋକ ଗରା, ବାଲ୍ଟ
ତାତି
ରାଜ୍ୟରେ ବଢୁଛି ତାତି , ୬ ରାଜ୍ୟ ପାଇଁ ହିଟ୍ ୱେଭ ଜାରି
ଅର୍ଗସ ବ୍ୟୁରୋ : ଆଜି ବି ଅସହ୍ୟ ତାତି ଅନୁଭୁତ ହେବ । ସକାଳ 8.30 ସୁଦ୍ଧା ଭୁବନେଶ୍ବରେ ପାରଦ 34.6 ରେକର୍ଡ କରାଯାଇଛି । ଗତ 3 ଦିନ ହେବେ ରାଜ୍ୟରେ ବଢିଛି ତାପମାତ୍ରା । ସକାଳ ସାଢ
କିସମିସ୍ ପାଣି
ଜାଣନ୍ତୁ କିସମିସ୍ ପାଣିର ଫାଇଦା
ଅର୍ଗସ ବ୍ୟୁରୋ: ଆମେ ସମସ୍ତେ ଜାଣିଛେ ଡ୍ରାଏ ଫ୍ରୁଟସ ଆମ ଶରୀର ପାଇଁ କେତେ ଲାଭଦାୟୀ। କିନ୍ତୁ ଏହି ଡ୍ରାଏ ଫ୍ରୁଟସ ଗୁଡ଼ିକ ବହୁତ୍ ମହଙ୍ଗା ହୋଇଥାଏ। ଅଧିକାଂଶ ଲୋକଙ୍କ ପାଇଁ ନିୟମିତ ଭାବର