ଲେଡୀ ବ୍ଲାକମେଲର ଅର୍ଚ୍ଚନା ନାଗକୁ ମିଳିଲା ଜାମିନ
by Argus News
Mon, Dec 04 | 3:30 p.m.

ଅର୍ଗସ ବ୍ୟୁରୋ:  ବହୁ ଚର୍ଚ୍ଚିତ ଲେଡୀ ବ୍ଲାକ ମେଲର ଅର୍ଚ୍ଚନା ନାଗକୁ ହାଇକୋର୍ଟରୁ ମିଳିଲା ଜାମିନ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି ମାମଲାରେ ଜାମିନ ପାଇଛନ୍ତି ଅର୍ଚ୍ଚନା। ପୂର୍ବରୁ ନୟାପଲ୍ଲୀ ଓ ଖଣ୍ଡଗିରି ଥାନାରେ ଥିବା ମାମଲାରେ ଜାମିନ ପାଇଥିଲେ ଅର୍ଚ୍ଚନା ନାଗ। କିଛି ମାସ ପୂର୍ବରୁ ଅର୍ଚ୍ଚନାଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦ ସବୁ ମାମଲାରେ ଜାମିନ ପାଇ ଜେଲରୁ ମୁକୁଳି ଥିଲେ।  ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ   ବ୍ଲାକ ମେଲ କରି ଟଙ୍କା ମାଗିବା ଅଭିଯୋଗରେ ୬ ଅକ୍ଟୋବର ୨୦୨୨ ମସିହାରେ ନୟାପଲ୍ଲୀ ଥାନା ଗିରଫ କରିଥିଲା। ଏହା ପରେ ଅନ୍ୟ ଏକ ମାମଲାରେ ଖଣ୍ଡଗିରି ଥାନା ପୋଲିସ ତାଙ୍କୁ ଗିରଫ କରିଥିଲା।

ବେଆଇନ ଅର୍ଥ କାରବାର ମାମଲା ଥିବାରୁ ଇଡି ଦ୍ଵାରା ମଧ୍ୟ ସେ ଗିରଫ ହୋଇଥିଲେ। ଏହା ସହ ତାଙ୍କ ସ୍ଵାମୀ ଜଗବନ୍ଧୁ ଚାନ୍ଦ ମଧ୍ୟ ଗିରଫ ହୋଇଥିଲେ। ଏହି ଘଟଣାରେ ଅର୍ଚ୍ଚନାଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳୀ ବେହେରା ଓ ଖଗେଶ୍ବର ପାତ୍ର ଆଇନ ଜାଲରେ ଛନ୍ଦି ହୋଇଥିଲେ। ଏବେ ବି ସେମାନେ ଆଇନ ଜାଲରେ ସମ୍ମୁଖୀନ ହେଉଛନ୍ତି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି