314 ବ୍ଲକରୁ ପୁରୀକୁ ଗଡିବ OSRTC ବସ୍
by Argus News
Mon, Jun 24 | 4:59 p.m.

ଭୁବନେଶ୍ୱର: ଜୁଲାଇ 7 ରେ ରଥଯାତ୍ରା । ଏହାପୂର୍ବରୁ ଗୁରୁତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ରଥଯାତ୍ରାରେ ପ୍ରତି ବ୍ଲକରୁ ପୁରୀକୁ ଗଡିବ ବସ । 314 ବ୍ଲକରୁ ପୁରୀକୁ OSRTC ବସ ଗଡ଼ିବା ନେଇ ବୈଠକ ପରେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । 

OSRTC କାର୍ଯ୍ୟାଳୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା OSRTC କାର୍ଯ୍ୟର ସମୀକ୍ଷା କରିଠନ୍ତି । ଏ ଅବସରରେ ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ପରିବହନ କମିଶନର ଓ OSRTC ମୁଖ୍ୟ ଉପସ୍ଥିତ ଥିଲେ । ସମୀକ୍ଷା ବୈଠକ ପରେ ପରିବହନ ମନ୍ତ୍ରୀ କହିଛନ୍ତି, ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ ସେବା । ଅଯୋଧ୍ୟା, ତିରୁପତି, ମହାକାଳେଶ୍ଵର, ବାରାଣସୀ ଓ ବୃନ୍ଦାବନକୁ ଗଡିବ ବସ୍ । ପୁରୀ, ଭୁବନେଶ୍ଵର, ବ୍ରହ୍ମପୁର ଓ ରାଉରକେଲା ଭଳି ପ୍ରମୁଖ ସ୍ଥାନରୁ ଏସବୁ ତୀର୍ଥ ସ୍ଥଳୀକୁ ଚାଲିବ ବସ । 

ଏହାସହ ରାଜ୍ୟରେ ଯେପରି ପରିବେଶ ଅନୁକୂଳ ଇଲେକ୍ଟ୍ରିକ ବସ୍ ଅଧିକରୁ ଅଦିକ ଚାଲିବ ସେ ନେଇ ଧ୍ୟାନ ଦିଆଯିବ । ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲୋକମାନେ ଅଧିକରୁ ଅଧିକ ବସ୍ ସେବା ଯେଭଳି ପାଇବେ, ସେନେଇ ନିଷ୍ପତ୍ତି ହୋଇଛି । ପ୍ରାରମ୍ଭିକ ଭାବେ ୧୦୦ ବସ୍ କିଣିବାକୁ ନିଷ୍ପତ୍ତି ହୋଇଛି । 

ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଆରମ୍ଭ ହେବ ବସ ସେବା
 

ଚାଲେଞ୍ଜ
47m ago
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ