ବଡ ମେଡିକାଲରୁ ଡିସଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ
by Argus News
Mon, Jan 08 | 7:44 p.m.

କଟକ: କଟକ ଏସସିବି ବଡ ମେଡିକାଲରୁ ଡିସଚାର୍ଜ ହେଲେ ପଦ୍ମଶ୍ରୀ କମଳା ପୂଜାରୀ । ଅପରାହ୍ନରେ ଏସସିବିର ସ୍ୱତନ୍ତ୍ର ALS ଆମ୍ବୁଲାନ୍ସ ସାହାଯ୍ୟରେ ନିଜ ଘର ଜୟପୁରକୁ ଗଲେ ପଦ୍ମଶ୍ରୀ କମଳା ପୂଜାରୀ । 

ସେ ଗତ 5 ତାରିଖରେ ଏସସିବି ନ୍ୟୁ ମେଡିସିନ୍ ବିଭାଗରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଥିଲେ । ନ୍ୟୁ ମେଡିସିନ ବିଭାଗ ଆସିୟୁରେ ଥିବା ଏକ ସ୍ବତନ୍ତ୍ର କ୍ୟାବିନରେ ତାଙ୍କର ଚିକିତ୍ସା କରାଯାଉଥିଲା । କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିବାରୁ ଆଜି ତାଙ୍କୁ ଡିସଚାର୍ଜ କରାଯାଇଛି ।

ସୂଚନା ଅନୁଯାୟୀ, ତାଙ୍କର କିଡନୀ ଷ୍ଟୋନ ସହ ରକ୍ତଚାପ ଓ  ହିମୋଗ୍ଲୋବିନ୍ ପରିମାଣ କମ୍ ଥିଲା । ଏହାସହ ଛାତିରେ ସଂକ୍ରମଣ ମଧ୍ୟ ହୋଇଥିଲା । ଏବେ ପଦ୍ମଶ୍ରୀଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ହେବାରୁ ତାଙ୍କୁ ଡିସଚାର୍ଜ କରାଯାଇଛି । ତେବେ କୋରାପୁଟର ଏକ ଡାକ୍ତରୀ ଦଳ ତାଙ୍କ ଘରକୁ ଯାଇ ନିୟମିତ ବ୍ୟବଧାନରେ ପଦ୍ମଶ୍ରୀଙ୍କ ସ୍ୱାସ୍ଥ୍ୟ ଯାଞ୍ଚ କରିବେ ବୋଲି କହିଛନ୍ତି ଭେଷଜ ବିଶେଷଜ୍ଞ ଡାକ୍ତର ଜୟନ୍ତ ପଣ୍ଡା ।

ଆହୁରି ପଢନ୍ତୁ ଓଡିଶା ଖବର...
 

ମାଓ ପ୍ରବଣ ଅଞ୍ଚଳରେ
20m ago
ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ
ଅର୍ଗସ ବ୍ୟୁରୋ: ମାଓ ପ୍ରବଣ ଅଞ୍ଚଳରେ ଗଞ୍ଜେଇ ଚାଷ କଲେ ନିଆଯିବ ଦୃଢ କାର୍ଯ୍ୟାନୁଷ୍ଠନ। ଗଞ୍ଜେଇ ଚାଷ ଉପରେ ଅଙ୍କୁଶ ଲଗାଇ ମାଓବାଦୀଙ୍କ ଆୟ ଉପରେ ଲାଗିବ କଟକଣା। ଗଞ୍ଜେଇ ଚାଷ ବନ୍ଦ ହେଲ
ଉଚ୍ଚ ଜୁଆର
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ