ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ
by Argus News
Sun, Jul 07 | 11:52 a.m.

ଅର୍ଗସ ବ୍ୟୁରୋ:  ଆଜି  ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ।  ଶ୍ରୀଜିଉଙ୍କ ଅପେକ୍ଷାରେ ରଥ ଆଉ ଭକ୍ତ  । ଶ୍ରୀମନ୍ଦିରର ସିଂହଦ୍ବାର  ସମ୍ମୁଖରେ ଦଣ୍ଡାୟମାନ ସୁସଜ୍ଜିତ ତିନି ରଥ ଅପେକ୍ଷାରେ ତିନି ଠାକୁରଙ୍କର ।   ଭକ୍ତଙ୍କ ଲାଗିଲାଣି ଗହଳି.. ମହାପ୍ରଭୁଙ୍କୁ ଦର୍ଶନ କରିବେ ଶହ ଶହ ଭକ୍ତ।  ବଡଦାଣ୍ଡ ହେଲାଣି ଲୋକାରନ୍ୟ।  ବର୍ଷକରେ ଥରେ  ଶ୍ରୀମନ୍ଦିରରୁ ବାହାରି  ଜାଗା ଦର୍ଶନ ଦେଇଥାଏ ଭାଇ ଭଉଣୀ ସହ। ବ୍ରହ୍ମାଣ୍ଡ ଠାକୁରଙ୍କ ଆସିବା ବାଟକୁ ଅନେଇ ରହିଛି ଭକ୍ତ। ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ।  ତେବେ ମହାପ୍ରଭୁଙ୍କୁ ଦେଖିବା ପାଇଁ ବଡଦାଣ୍ଡରେ ଭକ୍ତଙ୍କ ଭିଡ ଜମିଛି ।

 ଭିଜିବ ଭକ୍ତର ଆଖି  ଭିଜିବ ବଡଦାଣ୍ଡ। ଧନ୍ୟ ହେବେ ସଚରାଚର। ରଥ ଉପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ ସହ ଦଉଡ଼ି ଟାଣି ଜୀବନକୁ କୃତାର୍ଥ କରିବାକୁ ଭକ୍ତପ୍ରାଣ ଉଚ୍ଛନ୍ନ। ହରିବୋଲ, ହୁଳହୁଳିରେ, ଘଣ୍ଟଘଣ୍ଟିରେ ଚର୍ତୁଦିଗ  ଉଠିବ ପଡିବ।

ଅଧିକ ପଢ଼ନ୍ତୁ: ବଡଦାଣ୍ଡକୁ ଓହ୍ଲାଇ ଆସିବ କାଳିଆ ସାଆନ୍ତ, ଅପେକ୍ଷାରେ ରଥ ଆଉ ଭକ୍ତ... 

ଗ୍ୟାସ୍‌ ଲିକ୍
57m ago
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ