ଭତ୍ତା ଟଙ୍କା ହଡ଼ପ କରିବା ପଡିଲା ମହଙ୍ଗା
by Argus News
Wed, Apr 03 | 10:49 a.m.

ଅର୍ଗସ ବ୍ୟୁରୋ:  ଭତ୍ତା ଟଙ୍କା ହଡ଼ପ କରିବା ପଡିଲା ମହଙ୍ଗା। ୱାର୍ଡ ମେମ୍ବରଙ୍କ ଭତ୍ତା ଟଙ୍କା ହଡପ ଅଭିଯୋଗରେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ରାତି ସାରା ତାଲା ମାରି ଅଟକ ରଖିଲେ ୱାର୍ଡ ମେମ୍ବର । ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଲକ ଅନ୍ତର୍ଗତ ମଥାନୀ ପଞ୍ଚାୟତରେ ଦେଖିବାକୁ ମିଳିଛି ଏପରି ଘଟଣା।ପଞ୍ଚାୟତର କାର୍ଯ୍ୟ ନିର୍ବାହୀ ଅଧିକାରୀ, ଭାଗବତ ବିଶ୍ୱାଳ ୱାର୍ଡ ମେମ୍ବରଙ୍କ ଦୀର୍ଘ ୭ ମାସର ଭତ୍ତା ଜାଗାରେ ମାତ୍ର ୫ ମାସର ଭତ୍ତା ଦେଇ ଅବଶିଷ୍ଟ ୨ ମାସର ଭତ୍ତା ଟଙ୍କା ଦେଇନଥିଲେ ।

ଯାହାକୁ ନେଇ ୱାର୍ଡ ମେମ୍ବର ଏବଂ ପଞ୍ଚାୟତ ନିର୍ବାହୀ ଅଧିକାରୀ ଙ୍କ ମଧ୍ୟରେ ପାଟିତୁଣ୍ତ ହୋଇଥିଲା। ତେବେ ଏନେଇ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ପଚାରିବାରୁ ସରପଞ୍ଚଙ୍କ ଷ୍ଟ୍ରାଇକ ପାଇଁ ମିଟିଂ ହୋଇ ନଥିବାରୁ ୱ୍ବାର୍ଡ ମେମ୍ବର ମାନଙ୍କ ଭତ୍ତା ଦିଆଯିବ ନାହିଁ ବୋଲି କହିଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ