ପରିଣୀତି କହିଲେ ହାପି ମ୍ୟାରେଜ ପଛର କାହାଣୀ
by Argus News
Sat, Dec 09 | 4:01 p.m.

ଅର୍ଗସ ବ୍ୟୁରୋ: ବଲିଉଡ଼ ଅଭିନେତ୍ରୀ ପରିଣୀତି ଚୋପ୍ରା ଓ ଆପ ସାଂସଦ ରାଘବ ଚଢା ଉଭୟଙ୍କ ବିବାହ ଉଦୟପୁରର ଏକ ପ୍ୟାଲେସ୍‌ରେ ଗତ ସେପ୍ଟେମ୍ବର ୨୪ ତାରିଖରେ ସମ୍ପନ୍ନ ହୋଇଥିଲା।

ପରିଣୀତି ଏବଂ ରାଘବଙ୍କ ମଧ୍ୟରେ ପ୍ରଥମେ ବନ୍ଧୁତାର ସମ୍ପର୍କ ଗଢ଼ି ଉଠିଥିଲା। ପରେ ଏହି ବନ୍ଧୁତା ପ୍ରେମରେ ପରିଣତ ହୋଇଥିଲା। ଏହାପରେ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଦୁହିଁଙ୍କ ଘର‌ଲୋକ ବି ଏପ୍ରସ୍ତାବରେ ରାଜି ହୋଇଯାଇଥିଲେ।

ନିକଟରେ ପରିଣୀତି ନିଜର ବିବାହ ପରର ଜୀବନକୁ ସକସେସଫୁଲ ବୋଲି ଜଣାଇବା ସହିତ ଏହା କିପରି ହେଲା ତାହାର କାରଣ ବି ସେ ତାଙ୍କ ଫ୍ୟାନମାନଙ୍କ ସହ ସେୟାର କରିଛନ୍ତି।  ପରିଣୀତି କହିଛନ୍ତି, ‘ମଜା କଥା ହେଉଛି ରାଘବଙ୍କୁ ବଲିଉଡ ବିଷୟରେ କିଛି ଜଣାନାହିଁ। ସେହିପରି ମୁଁ ରାଜନୀତି ବିଷୟରେ କିଛି ଜାଣିନାହିଁ। ଏହି କାରଣରୁ ବୃତ୍ତିଗତ ଜୀବନରେ ଆମେ ସ୍ବାଧୀନ ଭାବେ ଆଗେଇ ଚାଲିଛୁ। କିଏ କାହା ବୃତ୍ତିରେ ହସ୍ତକ୍ଷେପ କରୁନ‌ାହୁଁ। ଏହି କାରଣରୁ ଆମ ବୈବାହିକ ଜୀବନ ହସଖୁସିରେ ଚାଲିଛି।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ