ବଢ଼ିପାରେ ମଧ୍ୟାହ୍ନ ଭୋଜନ ମୁଣ୍ଡପିଛା ଅର୍ଥ
by Argus News
Fri, Jul 26 | 3:12 p.m.

ଭୁବନେଶ୍ୱର: ଖାଦ୍ୟ ସାମଗ୍ରୀର ମୂଲ୍ୟ ବୃଦ୍ଧି କଥା ସ୍ୱୀକାର କରିଛନ୍ତି ରାଜ୍ୟ ସରକାର । ଗୃହରେ ଲିଖିତ ଉତ୍ତରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଦର୍ଶାଇଛନ୍ତି ଯେ ବର୍ତ୍ତମାନ ବଜାରରେ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ଯୋଗୁଁ ମୁଣ୍ଡପିଛା ପଡିର ମୂଲ୍ୟ ବୃଦ୍ଧି ନିମନ୍ତେ ପ୍ରସ୍ତାବ ରାଜ୍ୟ ସରକାରଙ୍କ ନିକଟରେ ବିଚାରାଧୀନ ଅଛି । 

କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୬୦:୪୦ ଅନୁପାତରେ ପରିଚାଳିତ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟର ପ୍ରତ୍ୟେକ ସରକାରୀ ଓ ଅନୁଦାନ ପ୍ରାପ୍ତ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ୪୪,୫୦,୦୦୦ ଛାତ୍ରଛାତ୍ରୀ ମାନଙ୍କୁ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯାଉଅଛି । 

ଛାତ୍ରଛାତ୍ରୀମାନଙ୍କୁ ଦିଆଯାଉଥିବା ମୁଣ୍ଡପିଛା ପଡିର ମୂଲ୍ୟ କେନ୍ଦ୍ର ସରକାର ନିର୍ଦ୍ଧାରଣ କରିଥାନ୍ତି । ତତ୍ ସହିତ ରାଜ୍ୟ ସରକାର ନିର୍ଦ୍ଧାରିତ ପଡିର ଅଂଶ ପ୍ରଦାନ କରିଥାନ୍ତି । ଏତଦ୍ ବ୍ୟତିତ ରାଜ୍ୟ ସରକାର ନିଜସ୍ବ ଯୋଜନାରୁ ଅତିରିକ୍ତ ପଡି ଖର୍ଚ୍ଚ ଛାତ୍ରଛାତ୍ରୀମାନଙ୍କୁ ପ୍ରଦାନ କରିଥାନ୍ତି । ଗୃହରେ ଲିଖିତ ଉତ୍ତର ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । 

ରାଜ୍ୟରେ ଖୁବଶୀଘ୍ର ପୂରଣ ହେବ ଖାଲି ଥିବା ଶିକ୍ଷକ ପଦ

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା