ଫେବୃଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା
by Argus News
Wed, Aug 21 | 9:30 a.m.

ଅର୍ଗସ ବ୍ୟୁରୋ : ଫେବୃଆରୀ ୧୫ ତାରିଖରୁ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବ ! ପ୍ରାକ୍ଟିକାଲ ପରୀକ୍ଷା ଏବଂ ଇଣ୍ଟରନାଲ ପରୀକ୍ଷା ଆସନ୍ତା ଡିସେମ୍ବର ୨୬ତାରିଖରୁ ଜାନୁଆରୀ ୧୫ ମଧ୍ୟରେ ତାରିଖ ମଧ୍ୟରେ ଶେଷ ହେବ। ତେବେ ୨୦୨୫ ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ ଚଳିତ ମାସରୁ ଆରମ୍ଭ କରିବା ପାଇଁ ସିଏଚ୍‌ଏସ୍‌ଇ ଯୋଜନା ରଖିଥିଲା । ଏପଟେ ଯୁକ୍ତ ଦୁଇ ପରୀକ୍ଷା ପ୍ରଶ୍ନ ପତ୍ର ଢାଞ୍ଚା ରେ ପରିବର୍ତ୍ତନ ନେଇ ସିଏଚ୍‌ଏସ୍‌ଇ କହିଛି, "ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରଶ୍ନପତ୍ର ପାର୍ଟନକୁ ବଦଳାଯାଇଛି। କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷା ପ୍ରଶ୍ନପତ୍ର ଢାଞ୍ଚା ବଦଳିଛି ।  "୨୦୨୫ ରେ ଯୁକ୍ତଦୁଇ ବାର୍ଷିକ ପରୀକ୍ଷା ଦେବାକୁ ଥିବା ରେଗୁଲାର ଛାତ୍ରଛାତ୍ରୀ (୨୦୨୩ରେ ନାମଲେଖାଇଥିବା ଛାତ୍ରାଛାତ୍ର) ଙ୍କ ପାଇଁ ଏହି ନୂତନ ପ୍ରଶ୍ନପତ୍ର ଢାଞ୍ଚା ଲାଗୁ ହେବ ।

ଅଧିକ ପଢନ୍ତୁ : କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକରେ ପାଠ ପଢିବା ପାଇଁ ଛାତ୍ରଛାତ୍ରୀ କରିବେ ଆବେଦନ

ପ୍ରାକ୍ଟିକାଲ ଥିବା ବିଷୟଗୁଡ଼ିରେ ଛାତ୍ରୀଛାତ୍ରଙ୍କୁ ୭୦ ମାର୍କର ଥିଓରୀ ଏବଂ ୩୦ ମାର୍କର ପ୍ରାକ୍ଟିକାଲ ଦେବାକୁ ପଡ଼ିବ। ପ୍ରୋଜେକ୍ଟ ଥିବା ବିଷୟରେ ୮୦ ମାର୍କ ଥିଓରୀ ଏବଂ ୨୦ ମାର୍କର ପ୍ରୋଜେକ୍ଟ ଦେବାକୁ ପଡ଼ିବ। ତେବେ ଇଣ୍ଟିଗ୍ରେଟେଡ ଧନ୍ଦାମୂଳକ ବିଷୟରେ ୫୦ ମାର୍କର ଥିଓରୀ ଓ ୫୦ ମାର୍କର ପ୍ରାକ୍ଟିକାଲ ଏବଂ ଭୋକେସନାଲ ଟ୍ରେଡ୍ ବିଷୟରେ ୪୦ ମାର୍କର ଥିଓରୀ ଓ ୬୦ ମାର୍କର ପ୍ରକ୍ଟିକାଲ ଦେବାକୁ ପଡ଼ିବ। ତେବେ ନନ୍‌ପ୍ରାକ୍ଟିକାଲ ବିଷୟ ଗୁଡ଼ିକରେ ୮୦ ମାର୍କର ଥିଓରୀ ଏବଂ ୨୦ ମାର୍କର ଉଣ୍ଟରନାଲ ପରୀକ୍ଷାରୁ ଦିଆଯିବ। ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ୪୦ ମାର୍କର ଥିଓରୀ ଏବଂ ୧୦ ମାର୍କ ଇଣ୍ଟରନାଲ ପରୀକ୍ଷାରୁ ଦିଆଯିବ । ପ୍ରାକ୍ଟିକାଲ/ ପ୍ରୋଜେକ୍ଟ ନ ଥିବା ବିଷୟଗୁଡ଼ିକରେ ଛାତ୍ରୀଛାତ୍ରଙ୍କୁ ପାସ୍ ହେବା ପାଇଁ ମୋଟ ୮୦ ମାର୍କରୁ ୨୪ ମାର୍କ ଅର୍ଥାତ୍ ୩୦% ରଖିବାକୁ ପଡ଼ିବ । ସେହିଭଳି ୨୦୨୨ ରେ ନାମଲେଖାଇଥିବା ଏକ୍ସରେଗୁଲାର ଛାତ୍ରୀଛାତ୍ରଙ୍କର କିଭଳି ମାର୍କ ଦିଆଯିବ ସେ ନେଇ ମଧ୍ୟ ଦର୍ଶାଯାଇଛି।

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା