ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ମିଳିବ ନିଟ୍‌ ଓ ଜେଇଇ କୋଚିଂ 
by Argus News
Thu, Nov 30 | 9:48 a.m.

ଭୁବନେଶ୍ୱର:  ରାଜ୍ୟର ସମସ୍ତ ଯୁକ୍ତ ଦୁଇ ଛାତ୍ରଛାତ୍ରୀଙ୍କୁ ମିଳିବ ନିଟ୍‌ ଓ ଜେଇଇ କୋଚିଂ। ନିଟ ଓ ଜେଇଇ ଆଶାୟୀଙ୍କୁ ଅନଲାଇନ ମାଧ୍ୟମରେ କୋଚିଂ ଦେବା ପାଇଁ ପଦକ୍ଷେପ ନେବାକୁ ଚିଠି ଲେଖିଛି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ଭର୍ଚୁଆଲ୍ କୋଚିଂ ପାଇଁ ବ୍ୟବସ୍ଥା କରିବାକୁ ଅଧ୍ୟକ୍ଷମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ମାର୍ଟ ଟିଭି ସହ ତୁରନ୍ତ ସମସ୍ତ ବନ୍ଦୋବସ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସରକାର ଛାତ୍ର ଛାତ୍ରୀଙ୍କ ପାଇଁ ନେଉଛନ୍ତି ଅନେକ ଗୁଡ଼ିଏ ପଦକ୍ଷେପ। ତେବେ ନିଟ ଓ ଜେଇଇ ପାଇଁ ଅଧ୍ୟୟନ କରୁଥିବା ଆଶାକର୍ମୀଙ୍କୁ ସପ୍ଲିମେଣ୍ଟାରୀ ଭାବରେ ଅନଲାଇନ କୋଚିଂ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏହା ସହ ମାଟ୍ରିକରେ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଥିବା ଛାତ୍ର ଛାତ୍ରୀଙ୍କୁ ଦିଆଯିବ ଏହି ମାଗଣା କୋଚିଂ ।

ରାଜ୍ୟର ଅପଗ୍ରେଡ ହୋଇଥିବା ୧୦୧ ସ୍କୁଲରେ ଏହି ବ୍ୟବସ୍ଥା ଲାଗୁ କରିବାକୁ ଯୋଜନା କରିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଯେଉଁ ଅଞ୍ଚଳରେ ଛାତ୍ରଛାତ୍ରୀ ମାଟ୍ରିକ ପରେ ପାଠ ପଢୁନଥିଲେ ସେମାନେ ଆଜି ଆଗକୁ ଆସୁଛନ୍ତି ପାଠ ପଢିବା ପାଇଁ। ଯାହା କୁ ନେଇ ରାଜ୍ୟ ସରକାର ସ୍କୁଲ ଦଶମ ପରେ ଦ୍ୱାଦଶ ଯାଏଁ ଅପଗ୍ରେଡ କରିଛନ୍ତି। ଯାହା ସ୍କୁଲ ରେ ପିଲାଙ୍କର ସଫଳତାକୁ ଆଣିବାକୁ ରାଜ୍ୟ ସରକାର ଏନେଇ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ପ୍ରତି ବର୍ଷ ଦଶମ ଶ୍ରେଣୀ ପରେ ହଜାର ହଜାର ଛାତ୍ରଛାତ୍ରୀ ଡ୍ରପଆଉଟ୍ ହେଉଛନ୍ତି । ଏଭଳି ଛାତ୍ରଛାତ୍ରୀଙ୍କୁ ଆତ୍କୃଷ୍ଟ କରିବା ଲାଗି ସ୍କୁଲ ଅପଗ୍ରେଡ ସହ ଜେଇଇ ଓ ନିଟ୍ କୋଚିଂ ବ୍ୟବସ୍ଥା ଲାଗୁ ହେବାକୁ ନିଷ୍ପତି ହୋଇଛି। ଏହା ସହ ଡ୍ରପ୍ଆଉଟ୍ କମାଇବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଛି। ଯାହା ଡ୍ରପ ଆଉଟ୍ ଛାତ୍ର ଛାତ୍ରୀ ମାନଂକୁ ଚିହ୍ନଟ କରି ସିଟିଟିସି ରେ ଟ୍ରେନିଂ ଦେବା ପାଇଁ ମଧ୍ୟ ଯୋଜନା କରାଯାଇଛି। ଯାହା ଡ୍ରପ୍ଆଉଟ୍ ଛାତ୍ର ଛାତ୍ରୀ ମାନେ ନିଜେ ଟ୍ରେନିଂ ଶିଖିବା ସହ ନିଜେ ଯେଭଳି ଭାବରେ କୁଶଳୀ ହୋଇପାରିବେ। ସେନେଇ ଗଣଶିକ୍ଷା ବିଭାଗ ଏଭଳି ନିଷ୍ପତ୍ତି ନେଇଛି ମଧ୍ୟ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାଜ୍ୟରେ ଲାଗୁ ହେବ
4m ago
ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020। ଓଡ଼ିଶାରେ ଜାତୀୟ ଶିକ୍ଷା ନୀତି 2020 ଲାଗୁ କରିବା ପାଇଁ ପୁନଃଗଠିତ ହେଲା ଟାସ୍କ ଫୋର୍ସ । ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥ
LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର