ଭାରତର ଦୀର୍ଘତମ କେବୁଲ ବ୍ରିଜ ସୁଦର୍ଶନ ସେତୁର ଆଜି ଲୋକାର୍ପଣ କରିବେ ମୋଦି 
by Argus News
Sun, Feb 25 | 8:12 a.m.

ନୂଆଦିଲ୍ଲୀ:  ଭାରତର ଦୀର୍ଘତମ କେବୁଲ ବ୍ରିଜ ସୁଦର୍ଶନ ସେତୁର ଆଜି ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏହା ଗୁଜୁରାଟର ଓଖା ମେନଲ୍ୟାଣ୍ଡକୁ ବେଟ ଦ୍ବାରକା ଦ୍ବୀପ ସହିତ ସଂଯୋଗ କରିବ । ୪ ଲେନ ବିଶିଷ୍ଟ ଏହି ସିଗନେଚର୍  ବ୍ରିଜର ଲମ୍ବ ୨.୩୩ କିମି ହୋଇଥିବା ବେଳେ ପ୍ରାୟ ୯୮୦ କୋଟି ଟଙ୍କା ବ୍ୟୟରେ ଏହାର ନିର୍ମାଣ କରାଯାଇଛି। ପ୍ରଧାନମନ୍ତ୍ରୀ ୨୦୧୭ ମସିହାରେ ଏହି ପୋଲର ନିର୍ମାଣ ଲାଗି ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ। ଏହି ପୋଲଟି ପୁରାତନ ଓ ଆଧୁନିକ ଦ୍ବାରକାକୁ ପରସ୍ପର ସହିତ ସଂଯୋଗ କରିବ। କିମ୍ବଦନ୍ତୀ ଅନୁସାରେ ଭଗବାନ ଶ୍ରୀକୃଷ୍ଣ ବେଟ ଦ୍ବାରକାରେ ବାସ କରୁଥିଲେ ।

ଏହାବାଦ ଏଠାରେ ମହାବୀର ହନୁମାନ ଓ ତାଙ୍କ ପୁତ୍ର ମକରଧ୍ବଜଙ୍କ ମନ୍ଦିର ମଧ୍ୟ ରହିଛି । ପୂର୍ବରୁ ଏହି ସ୍ଥାନକୁ ପର୍ଯ୍ୟଟକମାନେ ନୌକା ମାଧ୍ୟମରେ ଏଠାକୁ ଆସୁଥିଲେ। ତେବେ ପର୍ଯ୍ୟଟକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ  ମୋଦି  ସୁଦର୍ଶନ ସେତୁ ନିର୍ମାଣ ଲାଗି ଘୋଷଣା କରିଥିଲେ। ସୁଦର୍ଶନ ସେତୁ ଏକ ନିଆରା ଡିଜାଇନରେ ନିର୍ମିତ ହୋଇଛି। ଏହି ବ୍ରିଜର ଦୁଇ ପାର୍ଶ୍ବରେ ଶ୍ରୀମଦ୍ ଭଗବଦ୍ ଗୀତାର ଶ୍ଲୋକ ଲେଖା ହେବା ସହିତ ଉଭୟ ପଟେ ଭଗବାନ୍ କୃଷ୍ଣଙ୍କ ପ୍ରତିଛବିରେ ସଜ୍ଜିତ ହୋଇଛି  ।

ଅଧିକ ପଢନ୍ତୁ ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ