ଦୀପାବଳୀ ପୂର୍ବରୁ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର ମାର୍ଗଦର୍ଶିକା ଜାରି
by Argus News
Sat, Nov 11 | 10:21 a.m.

ଅର୍ଗସ ବ୍ୟୁରୋ:  ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ଦୀପାବଳିରେ ବାଣ ଫୁଟାଇବାକୁ ନେଇ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ମାର୍ଗଦର୍ଶିକା ଜାରି କରିଛି । ଏନେଇ ଖବରକାଗଜରେ ମଧ୍ୟ ବିଜ୍ଞପ୍ତି ପ୍ରକାଶ ପାଇଛି । ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ଉପରେ ସମ୍ପୂର୍ଣ୍ଣ ଭାବେ କଟକଣା ଜାରି କରାଯାଇଥିବା ବେଳେ ୧୨୫ ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରି ଓ ବ୍ୟବହାରରୁ ବିରତ ରହିବା ପାଇଁ ମାର୍ଗଦର୍ଶିକାର ଉଲ୍ଲେଖ ରହିଛି ।

ବାଣ କଟକଣା ମାର୍ଗଦର୍ଶିକା

– ଉଚ୍ଚ ଶବ୍ଦ ସୃଷ୍ଟି କରୁଥିବା ବାଣ ଫୁଟାଇବା ସମ୍ପୂର୍ଣ୍ଣ ନିଷେଧ
– ଡାକ୍ତରଖାନା, ଶିକ୍ଷାନୁଷ୍ଠାନର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା ନିଷେଧ
– ନ୍ୟାୟାଳୟ ଓ ଧାର୍ମିଙ୍କ ସ୍ଥଳର ୧୦୦ ମିଟର ପରିସୀମାରେ ବାଣ ଫୁଟାଇବା କଟକଣା
– ଖୋଲା ସ୍ଥାନରେ ଫୁଟାଇ ପାରିବେ ସବୁଜ ବାଣ
– ୧୨୫ ଡେସିବଲରୁ ଅଧିକ ଶବ୍ଦ ସୃଷ୍ଟି କରୁଥିବା ବାଣ ପ୍ରସ୍ତୁତି, ବିକ୍ରୀ ଓ ବ୍ୟବହାର ନିଷେଧ
– ନିୟମ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଉପଜିଲ୍ଲାପାଳଙ୍କୁ ଅଭିଯୋଗ କରିହେବ
– ଆରକ୍ଷୀ ଅଧୀକ୍ଷକ, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ, ଉପ ଆରକ୍ଷୀ ଅଧୀକ୍ଷକ ଓ ଉପଖଣ୍ଡ ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ଅଭିଯୋଗ କରିହେବ

 

ଅଧିକ ପଢନ୍ତୁ: ଅଧିକ ଶବ୍ଦ ଓ ବାୟୁ ପ୍ରଦୂଷଣ କରୁଥିବା ବାଣକୁ ମନା

ଓଡିଶା ଖବର ଆହୁରି ପଢନ୍ତୁ

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ