ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିର୍ବାଚନୀ ପରବର୍ତ୍ତୀ ସମୀକ୍ଷା ବୈଠକ
by Argus News
Wed, Jun 19 | 1:05 p.m.

ଅର୍ଗସ ବ୍ୟୁରୋ:  ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିର୍ବାଚନୀ ପରବର୍ତ୍ତୀ ସମୀକ୍ଷା ବୈଠକ ଆରମ୍ଭ । ବୈଠକରେ ଯୋଗ ଦେଇଛନ୍ତି କ୍ଷେତ୍ରିୟ ପ୍ରଭାରୀ ସୁନିଲ ବଂଶଲ ଓ ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ସହ ପ୍ରଭାରୀ ଲତା ଉସେଣ୍ଡି ଓ ରାଜ୍ୟ ସଭାପତି ମନମୋହନ ସାମଲ ମଧ୍ୟ ବୈଠକରେ ଯୋଗ ଦେଇଛନ୍ତି । ତିନୋଟି ପର୍ଯ୍ୟାୟରେ ଏହି ବୈଠକ ହେବ । ପ୍ରଥମ ପର୍ଯ୍ୟାୟରେ ନିର୍ବାଚନୀ ପରିଚାଳନା କମିଟିର ସଦସ୍ୟ, ଦ୍ଵିତୀୟ ପର୍ଯ୍ୟାୟରେ ରାଜ୍ୟ ପଦାଧିକାରୀ ଓ ଅପରାହ୍ଣରେ ଦଳର ବିଧାୟକ ଓ ସାଂସଦଙ୍କ ସହ ଆଲୋଚନା ହେବ ।

ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ବୈଠକରେ ଯୋଗ ଦେବେ । ନିର୍ବାଚନର ଫଳାଫଳ, ପରାଜୟ ଆସନର ସମୀକ୍ଷା ସହ ସରକାର ଓ ଦଳୀୟ ସଂଗଠନ କିପରି ଆହୁରି ସୁଦୃଢ ହେବ ସେନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହେବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା