ଭୁବନେଶ୍ବରରେ ପହଞ୍ଚିଲା ଆଳୁ ଟ୍ରକ 
by Argus News
Sat, Jul 27 | 10:09 a.m.

ଭୁବନେଶ୍ୱର: ଭୁବନେଶ୍ବରରେ ପହଁଚିଲା ଆଳୁ ଟ୍ରକ । ଆଇଗିଣିଆ ସହ  ୧ ନମ୍ବର ହାଟରେ ପହଁଚିଲା ଆଳୁ ବୋଝେଇ ଟ୍ରକ ।  ପଶ୍ଚିମବଙ୍ଗରୁ ଆସି ଲାଗିଲା ଆଳୁ ଗାଡି । ପଶ୍ଚିମବଙ୍ଗ ଗାଡ଼ି ଅଟକାଇବା ପରେ ଓଡ଼ିଶାରେ ଆଳୁ ଟେନସନ ଦେଖାଦେଇଥିଲା । ସେପଟେ ଏଭଳି ସ୍ଥିତିରେ ରାଜ୍ୟରେ ଅସାଧୁ ବ୍ୟବସାୟୀ, ମହଜୁଦକାରୀ ଓ କଳାବଜାରୀ ସକ୍ରିୟ ହୋଇଛି ।  
ଅନ୍ୟପଟେ ବଜାରରେ ଆଳୁର ଦର ବୃଦ୍ଧି ଓ ଅଭାବକୁ ନେଇ ତେଜିଛି ରାଜନୀତି ।

ବିଜେଡି ସରକାର ସମୟରେ କରାଯାଇଥିବା ଆଳୁ ମିଶନ କୁଆଡେ ଗଲା ବୋଲି ଉଠିଛି ପ୍ରଶ୍ନ । ଓଡିଶାରେ ଯଥେଷ୍ଟ ଆଳୁ ଉତ୍ପାଦନ ହେଉଥିଲେ ବି ଶୀତଳ ଭଣ୍ଡାର ଅଭାବ ଓଡ଼ିଆ ଚାଷୀଙ୍କୁ ବାଧ୍ୟ କରୁଛି କମ ଟଙ୍କାରେ ବିକି ଅଧିକ ଟଙ୍କାରେ କିଣିବାକୁ । ୨୪ ବର୍ଷ ବିଜେଡି ସରକାର ସମୟରେ ୧୦୦ ରୁ ଅଧିକ ଶୀତଳ ଭଣ୍ଡାର ଅଚଳ ହୋଇଛି । କିନ୍ତୁ ନୂଆ ଶୀତଳ ଭଣ୍ଡାର ଖୋଲିବା କିମ୍ବା ଅଚଳକୁ ସଚଳ କରିବା ଲାଗି କୌଣସି ପଦକ୍ଷେପ ନେଇନଥିଲେ ତତ୍କାଳୀନ ସରକାର। ଯାହାର ଫଳ ଆଜି ଲୋକେ ଭୋଗୁଛନ୍ତି ବୋଲି କୁହାଯାଉଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା