ଅବସର ନେବା ପୂର୍ବରୁ ଭାବ ବିହ୍ବଳ ଟୁଇଟ କଲେ ପ୍ରଦୀପ ଜେନା 
by Argus News
Sun, Jun 30 | 11:39 a.m.

ଭୁବନେଶ୍ୱର:  ଆଜି ଅବସର ନେଉଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା । ତେବେ ଅବସର ନେବା ପୂର୍ବରୁ ଭାବ ବିହ୍ବଳ ଟୁଇଟ ଆଗାମୀ ଦିନ ପାଇଁ ସେ ଲୋକଙ୍କ ଆଶିର୍ବାଦ କାମନା କରୁଛନ୍ତି । ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ମୁଁ ଜୀବନର ଏକ ନୂଆ ପର୍ଯ୍ୟାୟକୁ ପ୍ରବେଶ କରୁଥିବାରୁ ଜଣେ ସାଧାରଣ ଲୋକ ଭାବେ ଯେପରି ରାଜ୍ୟର ହିତ ପାଇଁ ସହଯୋଗ କରିପାରିବି ସେଥିପାଇଁ ଆପଣଙ୍କ ଆଶିର୍ବାଦ କାମନା କରୁଛି । ପ୍ରଦୀପ କହିଛନ୍ତି, ମୁଁ ସର୍ବଦା ସୀମା ଭିତରେ ରହି ପ୍ରତ୍ୟେକଙ୍କୁ ପ୍ରତିଉତ୍ତର ଦେଇଛି ।

ଅନେକକଙ୍କ ପରି ମୋର କେହି ସହଯୋଗୀ କି ସଂସ୍ଥା ପ୍ରତିଉତ୍ତର ଦିଅନ୍ତି ନାହିଁ । ମୁଁ ନିଜେ ହିଁ ସବୁର ଉତ୍ତର ଦିଏ । ସରକାରଙ୍କ ସୀମା ଅତିକ୍ରମ କରିପାରିବି ନାହିଁ । ଏଥିପାଇଁ କେ୍ତେକ ପ୍ରସଙ୍ଗରେ ପ୍ରତିଉତ୍ତର ଦେଇପାରିନାହିଁ । ଏଥିପାଇଁ ମୋତେ କ୍ଷମା କରିବେ ବୋଲି କହିଛନ୍ତି । ସେପଟେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବାକୁ ଥିବା ମନୋଜ ଆହୁଜା ଆଜି ଓଡିଶା ଆସିବାର ସମ୍ଭାବନା ଅଛି । 
ଅଧିକ ପଢନ୍ତୁ  ଓଡ଼ିଶା ଖବର 

ନରେନ୍ଦ୍ର ମୋଦି
now
ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ଅର୍ଗସ ବ୍ୟୁରୋ: ଆଜି ଲୋକସଭାରେ ଅଭିଭାଷଣ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ଭାଗ ନେଇ ମତ ରଖିବେ । ତୃତୀୟ ଥ
ସଲମାନ ଖାନ
ଐଶ୍ୱର୍ଯ୍ୟା କି କ୍ୟାଟ୍ରିନା ନୁହେଁ...ଏହି ଅଭିନେତ୍ରୀ ହୋଇଥାନ୍ତେ ସଲମାନଙ୍କ ପତ୍ନୀ
ଅର୍ଗସ ବ୍ୟୁରୋ: ସଲମାନ ଖାନଙ୍କ ବାହାଘରକୁ ନେଇ ସବୁବେଳେ କିଛି ନା କିଛି ଗୁଜବ ଶୁଣିବାକୁ ମିଳେ । କହିବାକୁ ଗଲେ ତାଙ୍କ ବାହାଘର ବଲିଉଡର ସବୁଠୁ ବଡ ମିଷ୍ଟ୍ରି । ସେ କାହାକୁ ବାହା ହେବେ
ଅଣସର ଭାର
ମାମୁଁ ଭଣଜାର ଅନନ୍ୟ ପରମ୍ପରା, ମାଧବ ପୀଠରୁ ବାହାରିଲା ଅଣସର ଭାର
ନିଆଳି: ଆଜି ସକାଳୁ ସକାଳୁ ପ୍ରଭୁ ଜଗନ୍ନାଥଙ୍କ ମାମୁଁ ଘର ନିଆଳି ମାଧବ ପୀଠରୁ ଅଣସର ଭାର ଶ୍ରୀକ୍ଷେତ୍ର ଅଭିମୁଖେ ବାହାରିଛି । ବିଭିନ୍ନ ପ୍ରକାର ଫଳ ମୂଳ ସହ ଦିବ୍ୟ ବଞ୍ଜନ ନେ