ନିଆଳି ମାଧବଙ୍କ ପୀଠରୁ ଶ୍ରୀକ୍ଷେତ୍ରକୁ ଗଲା ପଢୁଆଁ ଭାର
by Argus News
Mon, Dec 04 | 10:20 a.m.

କଟକ:  କାଲି ପ୍ରଥମାଷ୍ଟମୀ । ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତି ହେବାର କାର୍ଯ୍ୟକ୍ରମ ରହିଛି । ସେପଟେ ମାମୁଁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ବାହାରିଲା ପଢ଼ୁଆଁ ଭାର । ପଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ ।

ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରୁଛନ୍ତି । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି ।

ଆହୁରି ପଢନ୍ତୁ ଓଡିଶା ଖବର...

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି