ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି: ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ
by Argus News
Sat, Jul 06 | 6:00 p.m.

ଅର୍ଗସ ବ୍ୟୁରୋ: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି । ବାୟୁସେନାର ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି। ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ମହାମହିମ । ୬ରୁ ୯ ଯାଏଁ ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ। ଜୟଦେବ ଭବନ କାର୍ଯ୍ୟକ୍ରମରେ ଯୋଗ ଦେବେ ରାଷ୍ଟ୍ରପତି। 

ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ ରାଷ୍ଟ୍ରପତି । ଏହାପରେ ଆଜି ରାଜଭବନରେ ରାତ୍ରିଯାପନ କରିବେ । କାଲି ରଥଯାତ୍ରା ଦେଖିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ଆସନ୍ତାକାଲି ପୁରୀ ଯାଇ ରଥଟଣା ଦେଖିବେ ରାଷ୍ଟ୍ରପତି । ଓଡ଼ିଆଙ୍କ ପରିଚୟ ଜଗନ୍ନାଥଙ୍କ ପାଖରେ ପ୍ରଣତି ବାଢ଼ିବେ । ସେଥିପାଇଁ ରଥରେ ପ୍ରବଳ ଭିଡ଼ ଓ ମହାମହିମଙ୍କ ଆଗମନକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ ବ୍ୟାପକ କରାଯାଇଛି । ଚଳିତ ଥର ଅତ୍ୟାଧୁନିକ ଡ୍ରୋନ୍ ମାଧ୍ୟମରେ ଭିଡ଼ ନିୟନ୍ତ୍ରଣ ଉପରେ ରହିବ କଡ଼ା ନଜର । ୧୮ ଟି ପାର୍କିଂ ସ୍ଥଳକୁ ଚିହ୍ନଟ କରାଯାଇଛି । ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍ ଫଙ୍କସନ ସହ ବେଳାଭୂମି ସୁରକ୍ଷା ଉପରେ ମଧ୍ୟ ରହିବ ନଜର ।

୧୮୦ ପ୍ଲାଟୁନ ପୋଲିସ୍ ଫୋର୍ସ , ୨ ପ୍ଲାଟୁନ ଓଏସଏଏଫ୍ ଓ ୫ ପ୍ଲାଟୁନ ଆରଏଏଫଙ୍କ  ସୁରକ୍ଷା ବଳୟରେ ରହିବ ଶ୍ରୀକ୍ଷେତ୍ର । ସେଇଭଳି ବେଳାଭୂମିରେ ମୁତୟନ ହେବ ଅତିରିକ୍ତ ୪୦୦ ଲାଇଫ ଗାର୍ଡ । 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

ଗ୍ୟାସ୍‌ ଲିକ୍
କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍ , ବର୍ତ୍ତମାନ ସ୍ଥିତି ନିୟନ୍ତ୍ରଣ
ଅର୍ଗସ ବ୍ୟୁରୋ : କେମିକାଲ ଫ୍ୟାକ୍ଟ୍ରିରୁ ଗ୍ୟାସ୍‌ ଲିକ୍‌ ଘଟଣା। ସଘଟଣା ସ୍ଥଳରେ ପହଞ୍ଚିଲେ ଅତିରିକ୍ତ ଜିଲ୍ଲାପାଳ। ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ପରଖିବାଛନ୍ତି। ଅଗ୍ନିଶମ
ମଟନ୍ ବିରିୟାନୀ
ଜେଲରେ କଏଦୀଙ୍କୁ ମିଳିବ ମଟନ୍ ବିରିୟାନୀ
ଅର୍ଗସ ବ୍ୟୁରୋ : କଏଦୀଙ୍କ ପାଇଁ ଦଶହରା ଭେଟି । ଜେଲରେ ମିଳିବ ବିରିୟାନୀର ମଜା । ପଶ୍ଚିମବଙ୍ଗ ସରକାରଙ୍କ ନିଷ୍ପତ୍ତି । ଅକ୍ଟୋବର ୯ରୁ ୧୨ ତାରିଖ ଯାଏଁ ଜେଲରେ କଏଦୀଙ୍କୁ ମିଳିବ ସ୍ବାଦିଷ୍
ହରିୟାଣା ନିର୍ବାଚନ
ହରିୟାଣା ନିର୍ବାଚନ ; ସଂଧ୍ୟା ୬ଟା ସୁଦ୍ଧା ହୋଇଛି ୬୫ ପ୍ରତିଶତ ମତଦାନ
ଅର୍ଗସ ବ୍ୟୁରୋ : ଶେଷ ହୋଇଛି ହରିୟାଣା ନିର୍ବାଚନ । ନିର୍ବାଚନ କମିଶନ ତଥ୍ୟ ଅନୁସାରେ ସଂଧ୍ୟା 6ଟା ସୁଦ୍ଧା ହୋଇଛି 65 ପ୍ରତିଶତ ମତଦାନ । ଗତ 1 ତାରିଖରେ ଜମ୍ମୁ କାଶ୍ମୀର ନିର୍ବାଚନ ଶେଷ ହେବ