ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
by Argus News
Thu, Jun 20 | 12:08 p.m.

ଅର୍ଗସ ବ୍ୟୁରୋ: ଜନ୍ମ ଦିନରେ ମହାପ୍ରଭୁଙ୍କ ଦର୍ଶନ କରିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀର ତ୍ୟାଗରାଜ ଜଗନ୍ନାଥ ମନ୍ଦିର ରେ ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି ରାଷ୍ଟ୍ରପତି। ସେହିପରି ଦେଶ ବସୀଙ୍କ କଲ୍ୟାଣ ଏବଂ ଦେଶର ପ୍ରଗତି ପାଇଁ ସେ ପ୍ରର୍ଥନା କରିଥିବା ନେଇ ସୋସିଆଲ ମିଡ଼ିଆ ପୋଷ୍ଟର କହିଛନ୍ତି।

ଆଜି ମହାମହୀମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ୬୬ତମ ଜନ୍ମଦିବସ । ୧୯୫୮ ମସିହା ଆଜିର ଦିନରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ।  ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ ।ତା'ପରେ ଭୁବନେଶ୍ବର ଆସି ୟୁନିଟ୍‌-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର୍ଯ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ 

ଅଧିକ ପଢନ୍ତୁ ଭାରତ ଖବର
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା