ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଦାନ କଲେ ଭାରତ ରତ୍ନ
by Argus News
Sun, Mar 31 | 8:27 a.m.

ଅର୍ଗସ ବ୍ୟୁରୋ:  ପ୍ରଦାନ କରାଗଲା ଦେଶର ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନ । ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏ ସମ୍ମାନ ପ୍ରଦାନ କରିଛନ୍ତି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ କର୍ପୁରୀ ଠାକୁରଙ୍କୁ ଏହି ମରଣୋତ୍ତର ସମ୍ମାନ ପ୍ରଦାନ କରାଯାଇଛି । ବିହାରର ୨ ଥରର ମୁଖ୍ୟମନ୍ତ୍ରୀ ଥିବା କର୍ପୂରୀ ଠାକୁର ଜନ ନାୟକ ଭାବେ ଜଣାଶୁଣା । ବିହାରର ଦଳିତ ବର୍ଗଙ୍କ ପାଇଁ ସେ ଅନେକ ସମୟରେ ସ୍ୱର ଉତ୍ତୋଳନ କରୁଥିଲେ । ସେହିପରି ପୂର୍ବତନ ପ୍ରଧାନମନ୍ତ୍ରୀ  ଚୌଧୁରୀ ଚରଣ ସିଂହ ଓ ପିଭି ନରସିଂହରାଓଙ୍କୁ ମରଣୋତ୍ତର ଭାରତ ରତ୍ନ ସମ୍ମାନ ପ୍ରଦାନ କରାଯାଇଛି ।

ଏହାସହ ସବୁଜ ବିପ୍ଲବର ଜନକ ଏମଏସ ସ୍ୱାମୀନାଥନଙ୍କୁ ମିଳିଛି ମରଣୋତ୍ତର ଭାରତ ରତ୍ନ ସମ୍ମାନ । ସମସ୍ତଙ୍କ ପରିବାର ସଦସ୍ୟ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଏ ସମ୍ମାନ ଗ୍ରହଣ କରିଛନ୍ତି । କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ପ୍ରମୁଖ ଉପସ୍ଥିତ ଥିଲେ ।

ଅଧିକ ପଢ଼ନ୍ତୁ ଦେଶ ଖବର:

24 ELECTION
now
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
5m ago
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର
UPI
48m ago
UPI ୱାଲେଟକୁ ଆକ୍ଟିଭେଟ କିପରି କରିବେ ?
ଅର୍ଗସ ବ୍ୟୁରୋ: ପେଟିଏମ୍ ୟୁପିଆଇ ଲାଇଟ୍ ବ୍ୟବହାର କରିଛନ୍ତି ? ଏହା ହେଉଛି ଏକ ଅନ ଡିଭାଇସ ୱାଲେଟ। ଏଥିରେ ଗ୍ରାହକ ମାନେ ସହଜରେ ଟଙ୍କା ଜମା କରିବା ସହ ନେଣଦେଣ ମଧ୍ୟ କରିପାରିବେ । ଏଥିର