ରାଷ୍ଟ୍ରକୁ ସମ୍ବୋଧନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
by Argus News
Fri, Jan 26 | 7:26 a.m.

ଅର୍ଗସ ବ୍ୟୁରୋ:  ୭୫ତମ ଗଣତନ୍ତ୍ର ଦିବସ ପୂର୍ବରୁ ରାଷ୍ଟ୍ରକୁ ସମ୍ବୋଧନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଦେଶବାସୀଙ୍କୁ ଗଣତନ୍ତ୍ର ଦିବସ ପାଇଁ ଅଭିନନନ୍ଦନ ଜଣାଇ ସେ କହିଛନ୍ତି ଯେ ଏହା ଏକ ଯୁଗାନ୍ତକାରୀ ପରିବର୍ତ୍ତନର ସମୟ । ଦେଶ ଅମୃତ କାଳର ପ୍ରାରମ୍ଭିକ ସମୟରେ ଅଛି। ଦେଶକୁ ଏକ ନୂଆ ଉଚ୍ଚତାକୁ ନେବାକୁ ଆମ ହାତରେ ଏକ ସୁବର୍ଣ୍ଣ ସୁଯୋଗ ରହିଛି । ଏହି ଲକ୍ଷ୍ୟ ହାସଲ ପାଇଁ ପ୍ରତି ନାଗରିକଙ୍କ ଯୋଗଦାନ ଜରୁରୀ । ଗଣତନ୍ତ୍ର ଦିବସ ଆମର ମୌଳିକ ମୂଲ୍ୟବୋଧ ଏବଂ ନୀତିକୁ ମନେ ପକାଇବାର ଏକ ଗୁରୁତ୍ବପୂର୍ଣ୍ଣ ଅବସର।

ଏହି ଅବସରରେ ସାମାଜିକ ନ୍ୟାୟର ମୂର୍ତ୍ତିମନ୍ତ ପ୍ରତୀକ କର୍ପୂରୀ ଠାକୁରଙ୍କୁ ମନେ ପକାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି। ସେ କହିଛନ୍ତି କର୍ପୂରୀ ଠାକୁରଙ୍କ ଜନ୍ମଶତବାର୍ଷିକୀ ପାଳନ ଗତକାଲି ଶେଷ ହୋଇଛି। କର୍ପୂରୀ ଜୀ ପଛୁଆ ବର୍ଗର ଅନ୍ୟତମ ଶ୍ରେଷ୍ଠ ଜନନାୟକ ଥିଲେ ଯିଏ କି ସେମାନଙ୍କ କଲ୍ୟାଣ ପାଇଁ ସାରା ଜୀବନ ଉତ୍ସର୍ଗ କରିଥିଲେ । ଏହାସହ ସଦ୍ୟ ସମାପ୍ତ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ପ୍ରଶଂସା କରିଛନ୍ତି। ସେ ଆହୁରି କହିଛନ୍ତି, ଅଯୋଧ୍ୟାରେ ଭଗବାନ ଶ୍ରୀରାମଙ୍କ ଜନ୍ମସ୍ଥାନରେ ନିର୍ମିତ ଭବ୍ୟ ମନ୍ଦିରରେ ସ୍ଥାପିତ ମୂର୍ତ୍ତିର ଐତିହାସିକ ପ୍ରାଣ ପ୍ରତିଷ୍ଠା ସମାରୋହ ଆମେ ସମସ୍ତେ ଦେଖିଥିଲୁ । ଉଚିତ ନ୍ୟାୟିକ ପ୍ରକ୍ରିୟାରେ ଏହା ସମ୍ଭବ ହୋଇପାରିଛି । ଏହା ଫଳରେ ନ୍ୟାୟିକ ପ୍ରକ୍ରିୟା ଉପରେ ଆମର ବିଶ୍ବାସ ପ୍ରମାଣିତ ହୋଇଛି ।  ‘ନାରୀ ଶକ୍ତି ବନ୍ଦନ ଆଇନ’ ମହିଳା ସଶକ୍ତୀକରଣର ଏକ ବୈପ୍ଳବିକ ମାଧ୍ୟମ ସାବ୍ୟସ୍ତ ହେବ।

ଅଧିକ ପଢ଼ନ୍ତୁ ଦେଶ ଖବର:

BJP
46m ago
ଓଡ଼ିଶାରେ ବିଜେପି ୨୧ ରୁ ୨୧ ଲୋକସଭା ଆସନ ଜିତିବ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ : ଭୁବନେଶ୍ୱର ଲୋକସଭା କାର୍ଯ୍ୟକର୍ତ୍ତା ବୈଠକରେ ଯୋଗ ଦେଲେ ବିଜେପିର ୫ ହେଭିୱେଟ ନେତା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
BJD
ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା
ଅର୍ଗସ ବ୍ୟୁରୋ : ନିଜ ଦଳର ସମ୍ବିଧାନକୁ ଭୁଲିଗଲେ କି ବିଜେଡି ନେତା ? ସମ୍ବିଧାନର ସର୍ତ୍ତ ମଦ ପିଉଥିଲେ ମିଳିବନି ବିଜେଡି ସଦସ୍ୟତା ? ଏହି ସମ୍ବିଧାନ ଆଧାରରେ ନିର୍ବାଚନ କମିଶନ ଦେଇଛିନ୍ତ
MODI
ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ରାଜ୍ୟରେ ସତ୍ତା ପରିବର୍ତ୍ତନ ପାଇଁ ବିଜେପି ପ୍ରଚାରର ମଙ୍ଗ ଧରିଛନ୍ତି ଖୋଦ୍ ପ୍ରଧାନମନ୍ତ୍ରୀ। ଏଥିପାଇଁ ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତ