ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
by Argus News
Thu, Oct 24 | 9:17 p.m.

ଭୁବନେଶ୍ୱର:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି ।

 

ଆଲୋଚନା ସମୟରେ, ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ । ଏହା ସହିତ ଲୋକଙ୍କ ସୁରକ୍ଷା ପାଇଁ ନିଆ ଯାଇଥିବା ସୁରକ୍ଷା ବଳ, NDRF, ODRAF ଆଦି ମୁତୟନ ସଂପର୍କରେ ମଧ୍ୟ ସୂଚନା ଦେଇଥିଲେ ।

ଆଲୋଚନା ପରେ ବାତ୍ୟା ମୁକାବିଲା ପ୍ରସ୍ତୁତି ସଂପର୍କରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହା ମଧ୍ୟ ଏ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି ସମସ୍ତ ସାହାଯ୍ୟ ସହଯୋଗ ଯୋଗାଇ ଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି । 
 

CYCLONE UPDATE
41m ago
'ଦାନା' ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଉପକୂଳରେ ମାଡ ହେଲା ବାତ୍ୟା ଦାନା । ଦାନା ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । 5 ଘଣ୍ଟା ଧରି ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଭୋର
CYCLONE DANA
54m ago
ରାତି 1 ରୁ 2 ଭିତରେ ଲ୍ୟାଣ୍ଡଫଲ୍ ସମ୍ଭାବନା - ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା । ପାଣିପାଗ ବିଭାଗ ଆକଳନ ଅନୁଯାୟୀ ମଧ୍ୟ ରାତ୍ରରେ ଭିତରକନିକାରେ ଲ୍ୟାଣ୍ଡଫଳ କରିବାର ସମ୍ଭାବନା ଅଛି । ରାତି 1 ରୁ 2 ଭିତର
ବାତ୍ୟା ଦାନା
ବଢୁଛି ହାର୍ଟବିଟ୍ ; ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା
ଅର୍ଗସ ବ୍ୟୁରୋ: ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ବାତ୍ୟା ଦାନା । ପାରାଦୀପଠାରୁ ୫୦ କିମି ଦୂରରେ ରହିଛି ବାତ୍ୟା । ଧାମରା ଠାରୁ ୬୦ କିମି ଦୂରରେ ରହିଛି ବାତ୍ୟା । ଘଣ୍ଟାକୁ ୧୩ କିମ