ସମବାୟ କ୍ଷେତ୍ର ପାଇଁ ଅନେକ ପ୍ରମୁଖ ପ୍ରକଳ୍ପର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି 
by Argus News
Sat, Feb 24 | 7:45 a.m.

 ନୂଆଦିଲ୍ଲୀ:  ଦେଶର ସମବାୟ କ୍ଷେତ୍ରକୁ ମଜଭୁତ କରିବା ଦିଗରେ ବଡ଼ ପଦକ୍ଷେପ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍‌ରେ ସମବାୟ କ୍ଷେତ୍ର ପାଇଁ ଅନେକ ପ୍ରମୁଖ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବେ । ୧୧ ରାଜ୍ୟରେ ୧୧ଟି ପ୍ରାଥମିକ କୃଷି କ୍ରେଡିଟ୍ ସୋସାଇଟି ତଥା ପିଏସିଏସ୍‌ରେ ପରିଚାଳିତ ‘ସମବାୟ କ୍ଷେତ୍ରରେ ବିଶ୍ୱର ସର୍ବବୃହତ ଶସ୍ୟ ସଂରକ୍ଷଣ ଯୋଜନା’ର ପାଇଲଟ୍ ପ୍ରକଳ୍ପ ପ୍ରଧାନମନ୍ତ୍ରୀ ଉଦ୍‌ଘାଟନ କରିବେ ।

ଏହି ପଦକ୍ଷେପ ଅନୁସାରେ ପ୍ରଧାନମନ୍ତ୍ରୀ ଗୋଦାମ ଏବଂ ଅନ୍ୟାନ୍ୟ କୃଷି ସମ୍ବନ୍ଧୀୟ ଭିତ୍ତିଭୂମି ନିର୍ମାଣ ପାଇଁ ଦେଶରେ ଅତିରିକ୍ତ ୫୦୦ ପିଏସିଏସ୍‌ର ମୂଳଦୁଆ ପକାଇବେ । ଏହି ପଦକ୍ଷେପର ଉଦ୍ଦେଶ୍ୟ ହେଉଛି ଖାଦ୍ୟଶସ୍ୟ ଯୋଗାଣ ଶୃଙ୍ଖଳା ସହ ପିଏସିଏସ୍ ଗୋଦାମଗୁଡ଼ିକୁ ଏକୀକୃତ କରିବା, ଖାଦ୍ୟ ନିରାପତ୍ତାକୁ ମଜଭୁତ କରିବା ଏବଂ ନାବାର୍ଡ ଦ୍ୱାରା ସମର୍ôଥତ ତଥା ଜାତୀୟ ସମବାୟ ବିକାଶ ନିଗମ ନେତୃତ୍ୱରେ ଏକ ମିଳିତ ପ୍ରୟାସରେ ଦେଶର ଅର୍ଥନୈତିକ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା । ଏହାସହ ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ୧୮,୦୦୦ ପିଏସିଏସ୍‌ରେ କମ୍ପ୍ୟୁଟରୀକରଣ ପାଇଁ ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ କରିବେ, ଯାହା କି ସରକାରଙ୍କ ‘ସହକାର ସେ ସମୃଦ୍ଧି’ ଭିଜନର ଅନୁରୂପ । ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ୨,୫୦୦ କୋଟିରୁ ଅଧିକ ଟଙ୍କା ବ୍ୟୟ ଅଟକଳ କରାଯାଇଛି । 

ଅଧି ପଢନ୍ତୁ ଭାରତ ଖବର 

ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି