ମୋଦିଙ୍କ ସମେତ ୧୦୦ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ ବିଜେପି !
by Argus News
Sat, Feb 24 | 10:00 p.m.

ଅର୍ଗସ ବ୍ୟୁରୋ : ଆଗକୁ ୨୦୨୪ ସାଧାରଣ ନିର୍ବାଚନ । ଏହାକୁ ନେଇ ସମସ୍ତ ରାଜନୈତିକ ଦଳ ନିଜ ନିଜ ରଣନୀତି ପ୍ରସ୍ତୁତ କରୁଛନ୍ତି । ତେବେ ଏହାରି ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି । ଆସନ୍ତା ମାସରେ ନିର୍ବାଚନ କମିଶନ ଦେଶର ସାଧାରଣ ନିର୍ବାଚନ କେବେ ହେବ, ତା’ର ତାରିଖ ଘୋଷଣା କରିପାରନ୍ତି । 

ତାରିଖ ଘୋଷଣା ହେବା ପୂର୍ବରୁ କେନ୍ଦ୍ରରେ କ୍ଷମତାସୀନ ବିଜେପି ପ୍ରାର୍ଥୀଙ୍କ ନାଁ ଘୋଷଣା କରିବ । ଗୁରୁବାର ଦିନ ଦଳ ପକ୍ଷରୁ ୧୦୦ ଜଣ ପ୍ରାର୍ଥୀଙ୍କ ନାଁ ଓ ସେମାନେ କେଉଁଠି ଲଢ଼ିବେ, ତା’ର ତାଲିକା ଜାରି କରାଯିବ । ଏହି ତାଲିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନାଁ ରହିବ ବୋଲି ବିଜେପି ସୂତ୍ରରୁ ଜଣାପଡ଼ିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ତେବେ ଏହି ବୈଠକ ପରେ ଅର୍ଥାତ ସେହି ଗୁରୁବାର କିମ୍ବା ଏହାର କିଛି ଦିନ ପରେ ବିଜେପି ମୁଖ୍ୟାଳୟରେ କିଏ କେଉଁଠୁ ପ୍ରାର୍ଥୀ ହେବେ, ତା’ର ଘୋଷଣା କରାଯିବ । ତେବେ ଦଳ ପକ୍ଷରୁ ପ୍ରାୟ ୧୦୦ ଜଣ ପ୍ରାର୍ଥୀଙ୍କ ନାଁ ଓ ସେମାନେ କେଉଁଠି ଲଢ଼ିବେ, ତା’ର ତାଲିକା ଜାରି କରାଯିବ । ବିଜେପି ଏଥର ଏକାକୀ ୩୭୦ ଓ ଏନଡିଏ ୪୦୦ରୁ ଅଧିକ ଆସନ ଜିତିବ ବୋଲି ଲକ୍ଷ୍ୟ ରଖିଛି। ତେଣୁ ସେହି ଅନୁସାରେ ଦଳ ପ୍ରାର୍ଥୀଙ୍କୁ ମଧ୍ୟ ଚୟନ କରିବ। ଏପରି ସ୍ଥିତିରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାର ଗୁରୁତ୍ୱ ବେଶ ଅଧିକ ରହିଛି।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ