ମୋଦିଙ୍କ ରୋଡ ସୋ'ରେ ବିପୁଳ ସମର୍ଥନ
by Argus News
Fri, May 10 | 10:01 p.m.

ଭୁବନେଶ୍ୱର: ସରିଲା ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଶାଳ ରୋଡ ସୋ । ହାତ ହଲାଇ ପଦ୍ମ ଫୁଲ ଦେଖାଇଲେ, ଲୋକଙ୍କ ଆଶୀର୍ବାଦ ମାଗିଲେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀଙ୍କ ଗୋଟିଏ ଝଲକ ପାଇଁ ଜନପଥରେ ଏକାଠି ହୋଇଥିଲେ ଲକ୍ଷାଧିକ ଲୋକ । ଜନନାୟକଙ୍କୁ ଭେଟିବାକୁ ଜନସମୁଦ୍ର ପାଲଟିଥିଲା ଜନପଥ । ମୋଦିଙ୍କୁ ପାଖରୁ ପାଇ କିଏ ସେଲଫି ଉଠାଉଥିଲା, ତ କିଏ ଭିଡିଓ କରୁଥିଲା । ମୋଦି ମୋଦି ନାରାରେ କମ୍ପିଲା ଜନପଥ । 

ରାମମନ୍ଦିରରୁ ବାଣୀବିହାର ଲୋକଙ୍କ ଅସମ୍ଭାଳ ଭିଡ ଦେଖିବାକୁ ମିଳିଥିଲା । ରାଜ୍ୟ ସଭାପତି ମୋନମୋହନ ସାମଲ ଓ ଅପରାଜିତା ଷଡଙ୍ଗୀ ରୋଡ ସୋ' ରେ ସାମିଲ ହୋଇଥିଲେ । ରୋଡ ସୋରେ ପାରମ୍ପିରକ ପୋଷାକ ପିନ୍ଧି ମହିଳାମାନେ ଚାଲୁଥିବା ଦେଖିବାକୁ ମିଳିଥିଲା । 

ରୋଡ ସୋ ସାରି ରାଜଭବନରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ରାଜଭବନରେ ରାତ୍ରି ବିଶ୍ରାମ ନେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । କାଲି ଆଉ 3ଟି ଜନସଭାକୁ ସମ୍ୱୋଧନ କରିବେ ପ୍ରଧାନମନ୍ତ୍ରୀ। 

ଆହୁରି ପଢନ୍ତୁ  ଭାରତ ଖବର...

ପୋଲିସ
ପୋଲିସର ବର୍ରରତା, ମହିଳାଙ୍କ ଉପରେ ଲାଠିଚାର୍ଜ ସହ ଗୁଳିମାଡ
ବୌଦ୍ଧ : ଭୋଟ୍ ବିବାଦ । ପୋଲିସ ଜନତା ମୁହାଁମୁହିଁ । ବୌଦ୍ଧ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ମହେଶ୍ବରପିଣ୍ଡାରେ ପୋଲିସର ବର୍ବର ଗୁଳି ଚାଳନା । ଗାଁ ଲୋକ କଲେ ପୋଲିସ ଉପରକୁ ପଥରମାଡ଼
ସମ୍ବିଧାନ ମୁଖବନ୍ଧରେ
ସମ୍ବିଧାନ ମୁଖବନ୍ଧରେ ଅହିଂସା ଦାବି କରୁଥିବା ଦଳ, ଘଟାଉଛି ରାଜରାସ୍ତାରେ ହିଂସା
ଅର୍ଗସ ବ୍ୟୁରୋ: ବିଜେଡି ସାଜିଛି ରକ୍ତମୁଖା। ନିର୍ବାଚନକୁ ନେଇ ଗଡିଲା ମୁଣ୍ଡ। ରାଜନୈତିକ ହିଂସାର ଶିକାର ନିରୀହ ଲୋକ । ବରଗଡ଼ରେ ବିଜେଡି ଗୁଣ୍ଡାଙ୍କ ଶିକାର ହୋଇଛନ୍ତି ଜଣେ ଅଟୋ ଚାଳକ
ସମ୍ଭାବ୍ୟ ବାତ୍ୟାକୁ
ସମ୍ଭାବ୍ୟ ବାତ୍ୟାକୁ ନେଇ ମତ୍ସଜୀବୀଙ୍କ ପାଇଁ ଜାରି ହେଲା ସତର୍କ ସୂଚନା
ଅର୍ଗସ ବ୍ୟୁରୋ: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମ୍ଭାବ୍ୟ ବାତ୍ୟାକୁ ନେଇ ଓଡିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ସତର୍କ ସୂଚନା ଜାରି କରିଛନ୍ତି । ଆଜି ପୂର୍ବାହ୍