ଆସନ୍ତାକାଲି ଓଡିଶା ଆସିବେ ପ୍ରଧାନମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ ଏସପିଜି ଟିମ୍
by Argus News
Thu, May 09 | 3:25 p.m.

ଅର୍ଗସ ବ୍ୟୁରୋ:  ଦୁଇ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତାକାଲି ସଂଧ୍ୟା 8ଟାରେ ପାର୍ଟି ଅଫିସରୁ କରିବେ ରୋଡ ସା । ମୋଦିଙ୍କ ରୋଡ଼ ସୋ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଇଛି । ରାମ ମନ୍ଦିର ଛକରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛିନ୍ତି ଏସପିଜି ଟିମ୍।  ବ୍ୟାରିକେ଼ଡ ଲଗା ଯାଇଥିବା ସ୍ଥାନ ସହ କେଉଁ ବିଲଡିଂ ରୁଫ ଟଫ୍ ରୁ ସ୍ନାଇପର ରହିବ ତାହା ଯାଞ୍ଚ କରାଯାଇଛି। ଆସନ୍ତାକାଲି ସନ୍ଧ୍ୟାରେ ଭୁବନେଶ୍ୱରରେ ରୋଡ଼ ସୋ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାମ ମନ୍ଦିର ଠାରୁ ବାଣୀବିହାର ଛକ ପର୍ଯ୍ୟନ୍ତ ରୋଡ଼ ସୋ କରିବାର କାର୍ଯ୍ୟକ୍ରମ ରହିଛି ।

ରାଜଭବନରେ ରାତ୍ରି ଯାପନ କରିବେ ପ୍ରଧାନମନ୍ତ୍ରୀ । ଏହା ପର ଦିନ 3ଟି କାର୍ଯ୍ୟକ୍ରମରେ ଯୋଗ ଦେବେ ମୋଦି । ପ୍ରଥମେ ସକାଳ ସାଢେ 9 ଟାରେ କନ୍ଧମାଳ ଷ୍ଟାଡିୟମ ପଡିଆର ଏକ ସମାବେଶରେ ଯୋଗ ଦେବେ । ଏହା ପରେ ଗେଟ୍ ପଡିଆରେ ବିଶାଳ ଜନ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଏମ୍ସରୁ ସୁସ୍ଥ ହୋଇ
4m ago
ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିଲେ ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ
ଅର୍ଗସ ବ୍ୟୁରୋ: ଏମ୍ସରୁ ସୁସ୍ଥ ହୋଇ ଘରକୁ ଫେରିବା ପରେ ବିଜେପି ନେତା ତଥା ବ୍ରହ୍ଣପୁର ସାଂସଦ ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କ ବିସ୍ଫୋରକ ବୟାନ। ମୋତେ ଆକ୍ରମଣ ବିଜେଡିର ଏ
ରିଗିଂ ଅଭିଯୋଗ
17m ago
ବିଜେଡିର ଏଜେଣ୍ଟ ଜବରଦସ୍ତ ଭୋଟ୍ ଦେଉଥିବା ଅଭିଯୋଗ
ବୌଦ୍ଧ: ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ବୁଥ୍ ରିଗିଂ ଅଭିଯୋଗ । କିରାସରା ଓ କାଦପଦର ବୁଥରେ ବିଜେଡି ନେତା ଭୋଟ୍ ରିଗିଂ କରୁଥିବା ଅଭିଯୋଗ କରିଛନ୍ତି ଲୋକେ l ଭୋଟରଙ୍କୁ ଭୋଟ
୪୭ନଂ ବୁଥରେ
32m ago
୪୭ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ
ଅର୍ଗସ ବ୍ୟୁରୋ: ଭଞ୍ଜନଗର ନିର୍ବାଚନ ମଣ୍ଡଳୀର ତୁରୁମୁ ପଞ୍ଚାୟତର ବେରୁଆବାଡ଼ି ଗ୍ରାମର ୪୭ ନଂ ବୁଥରେ ବିଜେଡି କର୍ମୀଙ୍କ ଗୁଣ୍ଡାରାଜ। ବିଜେପି କର୍ମୀମାନଙ୍କୁ ଆକ୍ରମଣ ଅଭିଯୋଗ। ବୁ