ଆଜି ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ ପ୍ରଧାନମନ୍ତ୍ରୀ
by Argus News
Mon, Feb 12 | 7:27 a.m.

 ଅର୍ଗସ ବ୍ୟୁରୋ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ବିଭିନ୍ନ ସରକାରୀ ବିଭାଗ ଏବଂ ଅନୁଷ୍ଠାନରେ ବିଭିନ୍ନ ପଦବୀରେ ନିଯୁକ୍ତ କରାଯାଇଛି। ଦେଶର ୪୭ଟି ସ୍ଥାନରେ ଏକକାଳୀନ ରୋଜଗାର ମେଳା ଆୟୋଜନ କରାଯିବ। ଦେଶରେ ନିଯୁକ୍ତି ସୃଷ୍ଟି ଦିଗରେ ନିଯୁକ୍ତି ମେଳା ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ପ୍ରାଥମିକତା ଉପରେ ନୂତନ ନିଯୁକ୍ତି ସୃଷ୍ଟି କରିବାକୁ ସରକାର ପ୍ରୋତ୍ସାହିତ କରୁଛନ୍ତି। ଆଜି ସକାଳ ୧୦ଟା ୩୦ରେ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ମୋଦି ଏହି ସମସ୍ତ ଲକ୍ଷ ଲୋକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ।

ଅଧିକ ପଢନ୍ତୁ : ୫୧ ହଜାର ୧୫୬ ଜଣ ନବ ନିଯୁକ୍ତ ଯୁବ ବର୍ଗଙ୍କୁ ନିଯୁକ୍ତି ପତ୍ର ବିତରଣ କଲେ ପ୍ରଧାନମନ୍ତ୍ରୀ

ଏତଦ ବ୍ୟତୀତ ନୂତନ ଭାବେ ନିଯୁକ୍ତ କର୍ମଚାରୀମାନେ ଅନ୍‌ଲାଇନ ମଡ୍ୟୁଲ କର୍ମଯୋଗୀ ପ୍ରାରମ୍ଭ ମାଧ୍ୟମରେ ମଧ୍ୟ ତାଲିମ ନେବେ। ଏହି କାର୍ଯ୍ୟକ୍ରମ ଅଧୀନରେ କର୍ମଯୋଗୀ ପୋର୍ଟାଲରେ ୮୮୦ରୁ ଅଧିକ ଇ-ଲର୍ନିଂ ପାଠ୍ୟକ୍ରମ ଉପଲବ୍ଧ କରାଯାଇଛି। କେନ୍ଦ୍ର ଓ ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଭିନ୍ନ ବିଭାଗ ଦ୍ୱାରା ଏହି ଏକ ଲକ୍ଷ ଚାକିରି ଦିଆଯିବ। ଏଥି ମଧ୍ୟରେ ରାଜସ୍ବ ବିଭାଗ, ଗୃହ ମନ୍ତ୍ରଣାଳୟ, ଉଚ୍ଚଶିକ୍ଷା, ପରମାଣୁ ଶକ୍ତି, ପ୍ରତିରକ୍ଷା ବିଭାଗ, ଆର୍ଥିକ ସେବା, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଏବଂ ରେଳ ଅନ୍ତର୍ଭୁକ୍ତ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ