ନିଆଳିର ମାଧବାନନ୍ଦଜୀଉ ମନ୍ଦିରରୁ ଭଣଜା ପାଇଁ ଆସିଲା ନବବବସ୍ତ୍ର ଓ ଅଷ୍ଟମୀ ଭାର
by Argus News
Mon, Dec 04 | 9:50 p.m.

ଅର୍ଗସ ବ୍ୟୁରୋ : ରାତି ପାହିଲେ ପଢୁଆଁ ଅଷ୍ଟମୀ । ପଢୁଆଁ ହେବେ ମହାପ୍ରଭୁ । ଏଥିପାଇଁ ଭକ୍ତିମୟ ପରିବେଶରେ ପୁରି ଉଠିଛି ଶ୍ରୀକ୍ଷେତ୍ର । ନିଆଳି ମାଧବାନନ୍ଦ ମନ୍ଦିରରୁ ଆସିଛି ମହାପ୍ରଭୁଙ୍କ ପାଇଁ ପ୍ରଥମାଷ୍ଟମୀ ଭାର । ମାର୍ଗଶୀର ମାସ କୂଷ୍ଣ ପକ୍ଷ ଅଷ୍ଟମୀ ତିଥିରେ କାଳିଆ ଦିଅଁ ହେବେ ପୋଢୁଆଁ । ମହାପ୍ରଭୁ ପିନ୍ଧିବେ ନୂଆ ବସ୍ତ୍ର, ଲାଗି ହେବ ସୂତନ୍ତ୍ର ଭୋଗ । ଯାହା ଶ୍ରୀମନ୍ଦିର ପ୍ରଶାସନକୁ ହସ୍ତାନ୍ତର କରାଯାଇଛି ।

ଯାହାକୁ ନେଇ ପୁରୀ ଶ୍ରୀକ୍ଷେତ୍ରରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି । ତେବେ ଶ୍ରୀମନ୍ଦିର ସତ୍ୟଲିପି ଓ ଇତିହାସରେ ମହାପ୍ରଭୁଙ୍କର ସେଭଳି କିଛି ମାମୁଁ ଘର ନଥିବା କୁହାଯାଉଥିଲେ ମଧ୍ୟ ଶ୍ରଦ୍ଧା ଓ ବିଶ୍ୱାସର ସହିତ ଗତ କିଛିବର୍ଷ ହେଲା ପ୍ରଥମାଅଷ୍ଟମୀ ଭାର ଆସୁଅଛି । ନିଆଳି ମାଧବନନ୍ଦ ଜୀଉ ମନ୍ଦିର ପକ୍ଷରୁ ଶ୍ରୀ ଜଗନ୍ନାଥଙ୍କୁ ମାମୁଁ ଘର ବୋଲି ଦାବୀ କରାଯାଇଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଳି ମାଧବ ମନ୍ଦିରରରୁ ଆସିଥିବା ପଢୁଆଁ ବସ୍ତ୍ର ଓ ଭାରକୁ ଦାନ ହିସାବରେ ଗ୍ରହଣ କରାଯାଇଛି । ପ୍ରାଚୀ ନଦୀ ତଟରେ ଥିବା ନିଆଳି ମାଧବ ମନ୍ଦିରରୁ ଭଜନ ଜଣାଣ ଓ ସଂକୀର୍ତ୍ତନ ମାଧ୍ୟମରେ ବିଶାଳ ପଦଯାତ୍ରା ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚବି ପରେ ବଡଦାଣ୍ଡ ଦେଇ ଶ୍ରୀ ମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ପହଞ୍ଚିଥିଲା ।

ଶ୍ରୀ ଜଗନ୍ନାଥଙ୍କ ମାମୁଁ ଘରକୁ ନେଇ ପ୍ରତିବର୍ଷ ଏହି ଭାର ଯୋଗୁଁ ବିଭିନ୍ନ ସମୟରେ ବିବାଦ ଉପୁଜୁଥିବା ବେଳେ, ପ୍ରକୃତ ତଥ୍ୟ ଉନ୍ମୋଚନ ପାଇଁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରିବାକୁ ଦାବୀ ହୋଇଛି । ସେପଟେ ଏହି ବିଷୟରେ ଶ୍ରୀମନ୍ଦିର ପ୍ରଶାସନ ପାଖରେ କୌଣସି ତଥ୍ୟ ନଥିବାବେଳେ ଏହାକୁ ବିଶ୍ଳେଷଣ କରାଯାଇ ଯାହାକିଛି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଗୋଟିଏ ପଟେ ଅସ୍ଥା ଓ ବିଶ୍ୱାସ, ଅନ୍ୟପଟେ ପରମ୍ପରା ଓ ଶାସ୍ତ୍ରୀୟ ମତରେ ଛନ୍ଦୀ ହୋଇଛି ମହାପ୍ରଭୁଙ୍କ ପଢୁଆଁ ଅଷ୍ଟମୀ ଭାର । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ