ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବର୍ଷା, ୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
by Argus News
Thu, Jul 04 | 7:45 p.m.

ଅର୍ଗସ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟାରେ ବର୍ଷା। ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ଆସନ୍ତା ୫ଦିନ ଯାଏ ରାଜ୍ୟରେ ମେଘୁଆ ପାଗ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି।

ସେପଟେ ବିଶେଷଜ୍ଞ କହିଛନ୍ତି ବର୍ତ୍ତମାନ ଆରବସାଗରରୁ ଜଳୀୟବାଷ୍ପର ପ୍ରଭାବ ଅଧିକ ରହୁଛତ। ଦକ୍ଷିଣ ପଶ୍ଚିମ ଦିଗରୁ ଆସୁଥିବା ବାୟୁରେ ଅଧିକ ଜଳୀୟବାଷ୍ପ ରହୁଛି। ଫଳରେ ଓଡ଼ିଶାରେ ମେଘୁଆ ପାଗ ରହୁଛି, ବର୍ଷା ହେଉଛି। 

ଅଳ୍ପ ତାପମାତ୍ରାରେ ଗୁଳୁଗୁଳି ୮୦ ପ୍ରତିଶତରୁ ଅଧିକ ରହୁଛି। ରାତିରେ ୧୦୦ ପ୍ରତିଶତ ରହୁଛି। ପ୍ରଭାବରେ ଦିନ ୨ରୁ ସନ୍ଧ୍ୟା ୬ଟା ଯାଏ ତୁହାକୁ ତୁହାକୁ ବର୍ଷା ହେବ। କିନ୍ତୁ ବର୍ଷାର ପରିମାଣ କମ ରହିବ। ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ। ୭ରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶରେ ଅଧିକ ରହିବ ବୋଲି ପ୍ରତିକ୍ରିୟା ଦେଇଛନ୍ତି। 

ଅଧିକ ପଢ଼ନ୍ତୁ ପାଣିପାଗ ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା