ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା
by Argus News
Mon, Sep 16 | 12:01 p.m.

ଅର୍ଗସ ବ୍ୟୁରୋ: ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ପାଣିପାଗ ବିଭାଗର ଆକଳନ ଅନୁସାରେ, ବର୍ଷା ଆହୁରି ଦୁଇ ଦିନ ଲାଗି ରହିବ । ବିଶେଷ କରି ଉତ୍ତର ଓଡ଼ିଶାରେ ଅଧିକ ବର୍ଷିବ। ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆଯାଇଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ବାଲେଶ୍ବର ଓ କେନ୍ଦୁଝରକୁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବା ବେଳେ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ। 

ପ୍ରବଳ ବର୍ଷା ନେଇ ଜିଲ୍ଲାପାଳଙ୍କୁ ସତର୍କ କରାଇଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର। ମାଟି ଘର ଭାଙ୍ଗିବା ସହ ତଳିଆ ଅଞ୍ଚଳରେ ପାଣି ଜମିପାରେ। କିଛି ନଦୀରେ ଜଳପତ୍ତନ ବୃଦ୍ଧି ଘଟିବା ଆଶଙ୍କା ଥିବାରୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସେପଟେ ମୟୂରଭଞ୍ଜରେ ଲଗାଣ ବର୍ଷା ଯୋଗୁଁ  ବଡବିଲ ଗାଁରେ ଭୁଶୁଡି ପଡିଛି ଘର।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ