ପଏଣ୍ଟ୍‌ ତାଲିକାର ପ୍ରଥମ ସ୍ଥାନରେ ରାଜସ୍ଥାନ ରୟାଲ୍ସ
by Argus News
Sun, Apr 14 | 8:22 a.m.

ଅର୍ଗସ ବ୍ୟୁରୋ:  ଚଳିତ ଆଇପିଏଲ୍‌ରେ ଷଷ୍ଠ ମ୍ୟାଚ୍‌ରୁ ପଞ୍ଚମ ବିଜୟ ପାଇ ପଏଣ୍ଟ୍‌ ତାଲିକାର ପ୍ରଥମ ସ୍ଥାନରେ ରାଜସ୍ଥାନ ରୟାଲ୍ସ । ଶନିବାର ପଞ୍ଜାବ କିଙ୍ଗ୍ସକୁ ରୋମାଞ୍ଚକ ଭାବେ ଗୋଟିଏ ବଲ୍ ପୂର୍ବରୁ ୩ ୱିକେଟ୍‌ରେ ହରାଇଦେଇଛି ରାଜସ୍ଥାନ ରୟାଲ୍ସ। ଶନିବାରର ଏହି ମ୍ୟାଚ୍‌ରେ ପଞ୍ଜାବ କିଙ୍ଗ୍ସ ପୁଣି ଥରେ ବ୍ୟାଟିଂ ବିଫଳତାର ସମ୍ମୁଖୀନ ହୋଇ ମାତ୍ର ୧୪୮ ରନ୍‌ ବିଜୟ ଲକ୍ଷ୍ୟ ଦେଇଥିଲା। ଯାହାକୁ ମାତ୍ର ଗୋଟିଏ ବଲ୍ ବାକି ଥାଇ ହାସଲ କରି ନେଇଥିଲା ରାଜସ୍ଥାନ । ଦଳ ପକ୍ଷରୁ ଶେଷ ଆଡକୁ ସିମ୍‌ରନ୍ ହେଟ୍‌ମାୟର୍‌ ମାତ୍ର ୧୦ ବଲ୍‌ରୁ ୨୭* ରନ୍ କରି ରାଜସ୍ଥାନକୁ ଉତ୍କଣ୍ଠାପୂର୍ଣ୍ଣ ବିଜୟ ଉପହାର ଦେଇଥିଲେ ।

ଅଧିକ ପଢ଼ନ୍ତୁ ଖେଳ ଖବର:

TUKUNI
1m ago
ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା !
ଅର୍ଗସ ବ୍ୟୁରୋ: ଟୁକୁନି ସାହୁଙ୍କ ଗୁଣ୍ଡାଙ୍କ ଆତଙ୍କରାଜ୍ ! ବିଜେପି କର୍ମୀଙ୍କୁ ଆକ୍ରମଣ କଲେ ଟୁକୁନିଙ୍କ ଗୁଣ୍ଡା ! ପୁଣି ସୀମା ଟପିଲେ ମନ୍ତ୍ରୀ ଟୁକୁନି ସାହୁଙ୍
BJP
8m ago
ବିଜେପି ଫୋକସରେ ଓଡ଼ିଶା
ଅର୍ଗସ ବ୍ୟୁରୋ: ବିଜେପି ଫୋକସରେ ଓଡ଼ିଶା। ଆଜି ଦିନ ତମାମ ରାଜ୍ୟର ବିଭିନ୍ନ ସ୍ଥାନରେ ହେଭିୱେଟଙ୍କ ପ୍ରଚାର। ଗୃହମନ୍ତ୍ରୀ ଅମିତ ଶାହା,ରେଳମନ୍ତ୍ରୀ ଅଶ୍ବିନି ବୈଷ୍ଣବ
PM
ମୁଁ ଏହି କୁନି ପିଲା ଦୁଇଜଣଙ୍କ ବଡ଼ ପ୍ରଶଂସକ ପାଲଟି ଯାଇଛି : ପ୍ରଧାନମନ୍ତ୍ରୀ
ଅର୍ଗସ ବ୍ୟୁରୋ : ପୁଣି ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ । ସବୁବେଳେ ଚର୍ଚ୍ଚା ରହି ଆସିଛନ୍ତି ଆମ ପ୍ରଧାନମନ୍ତ୍ରୀ । ଆମେ ଆଜି କୋହୁଛି କୁନି ପ୍ରଧାନମନ୍ତ୍ରୀଙ୍କ କଥା । ଆଉ ଏହି କୁନ