ବିବାହ ବନ୍ଧନରେ ବାନ୍ଧି ହେଲେ ରକୁଲ-ଜ୍ୟାକି
by Argus News
Thu, Feb 22 | 4:04 p.m.

ଅର୍ଗସ ବ୍ୟୁରୋ: ବିବାହ ବନ୍ଧନରେ ବାନ୍ଧିହେଲେ ବଲିଉଡ ଅଭିନେତ୍ରୀ ରାକୁଲ୍ ପ୍ରୀତ ସିଂହ-ବଲିଉଡର ପ୍ରଯୋଜକ ଜ୍ୟାକି ଭଗନାନୀ। ଆଜି ଗୋଆରେ ଦୁହିଁଙ୍କ ବିବାହ ସଂପନ୍ନ ହୋଇଛି। ଉଭୟ ଦକ୍ଷିଣ ଗୋଆରେ ଥିବା ଆଇଟିସି ଗ୍ରାଣ୍ଡରେ ବିବାହ କରିଥିବା ବେଳେ ଦମ୍ପତିଙ୍କ ପରିବାର ଏବଂ ନିକଟତମ ବନ୍ଧୁମାନେ ବିବାହରେ ଯୋଗ ଦେଇଥିଲେ। ଏହି ବିବାହରେ ବଲିଉଡ କଳାକାର ଶିଳ୍ପା ଶେଟ୍ଟୀ, ଆୟୁଷ୍ମାନ ଖୁରାନା, ଅର୍ଜୁନ କପୁର, ଡେଭିଡ ଧୱନ ଉପସ୍ଥିତ ଥିବା ଦେଖାଯାଇଥିଲା।

ବିବାହରେ ଯୋଗ ଦେବାକୁ ଥିବା ପରିବାର ଲୋକ ଓ ନିକଟତର ବନ୍ଧୁମାନଙ୍କୁ ‌ବିବାହ ମଣ୍ଡପକୁ ଫୋନ ନେଇ ଯିବା ପାଇଁ ଅନୁମତି ନଥିବାରୁ ଏପର୍ଯ୍ୟନ୍ତ ଦୁହିଁଙ୍କ ବିବାହର ଫଟୋ ସାମ୍ନାକୁ ଆସିନାହିଁ। କୁହାଯାଉଛି ଯେ, କିଛି ସମୟ ପରେ ଫଟୋ ସେୟାର କରି ନିଜ ପ୍ରଶଂସକଙ୍କୁ ବିବାହ ସଂପନ୍ନ ହୋଇଥିବା ଜଣାଇପାରନ୍ତି ରାକୁଲ-ଜ୍ୟାକି।

ପ୍ୟାରେଣ୍ଟସ ହେବାକୁ ଯାଉଛନ୍ତି ବରୁଣ-ନତାଶା

ଦୀର୍ଘ ବର୍ଷ ହେବ ଅଭିନେତା ତଥା ପ୍ରଯୋଜକ ଜ୍ୟାକି ଭଗନାନୀଙ୍କୁ ଡେଟ୍ କରୁଥିବା ବେଳେ ପରେ ଦୁହେଁ ବିବାହ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହି ପ୍ରେମୀଯୁଗଳ ବିଦେଶରେ ବିବାହ କରିବେ ବୋଲି ଆଗରୁ ଶୁଣାଯାଉଥିଲା, କିନ୍ତୁ ଶେଷ ମୁହୂର୍ତ୍ତରେ ନିଷ୍ପତ୍ତି ପରିବର୍ତ୍ତନ ହୋଇଥିଲା।


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ