୪୭ବର୍ଷରେ ବିବାହ ବନ୍ଧନରେ ବାନ୍ଧିହେଲେ ରଣଦୀପ ହୁଡ଼ା
by Argus News
Thu, Nov 30 | 10:28 a.m.

ଅର୍ଗସ ବ୍ୟୁରୋ: ବଲିଉଡ ଅଭିନେତା ରଣଦୀପ ହୁଡା ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଲିନ ଲାଇଶ୍ରାମଙ୍କୁ ବିବାହ କରିଛନ୍ତି। ଇମ୍ଫାଲରେ ପାରମ୍ପରିକ ମଣିପୁରୀ ରୀତିନୀତିରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଧଳା ରଙ୍ଗର ପୋଷାକ ପିନ୍ଧି ଅଭିନେତା ଜଣେ ଆଦର୍ଶ ମଣିପୁରୀ ବର ପରି ଦେଖାଯାଉଥିଲେ। 

 

ଫଟୋ ଏବଂ ଭିଡିଓରେ ତାଙ୍କୁ ପରିବାର ଏବଂ ସମ୍ପର୍କୀୟ ମାନେ ଘେରି ରହିଥିବାର ନଜର ଆସିଥିଲେ। ବିବାହ ସମାରୋହରେ ଲିନ ପାରମ୍ପରିକ ମଣିପୁରୀ କନ୍ୟା ବେଶରେ ନଜର ଆସିଛନ୍ତି। ଥିଏଟରରେ ଲିନ ଏବଂ ହୁଡା ପ୍ରଥମଥର ପାଇଁ ପରସ୍ପରକୁ ଭେଟିଥିଲେ। ଏହାପରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। 
ଦୁହିଁଙ୍କ ବିବାହରେ କେବଳ ଘନିଷ୍ଠ ବନ୍ଧୁ ଏବଂ ପରିବାରର ସଦସ୍ୟ ସାମିଲ ଥିଲେ। ପରେ ସେମାନେ ମୁମ୍ବାଇରେ ଏକ ଗ୍ରାଣ୍ଡ ରିସେପସନ କରିବେ। ବିବାହରେ ମଣିପୁରର ଷ୍ଟ୍ରିଟ ଫୁଡ ମଧ୍ୟ ରହିଥିଲା। ଗତକାଲି ରାତିରେ ସେମାନଙ୍କ ଅନେକ ବିବାହବେଳର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। 

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ