ଆଜି ଏହି 3 ରାଶି ପାଇଁ ଭାରି ବିପଦ...
by Argus News
Fri, Oct 25 | 6:38 a.m.

ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ...

ମେଷ-

ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲିଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବିବେ । ଶିକ୍ଷାର୍ଥୀ ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବେ । 
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯    
ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁ

ବୃଷ-

କର୍ମକ୍ଷେତ୍ରରେ ସହମତିରେ କାମ କଲେ ଅପେକ୍ଷାକୃତ ସଫଳତା ପାଇପାରନ୍ତି । ପରିବାରରେ ସମସ୍ତଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ରଖନ୍ତୁ ନଚେତ୍ ହଇରାଣ ହେବେ । ଶୁଣା କଥାକୁ ବିଶ୍ୱାସ କଲେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଆଇନ ଅଦାଲତରେ ସ୍ଥଗିତ କାମ ସମ୍ପୂର୍ଣ୍ଣ ହୋଇପାରିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ମିଥୁନ-

ରୋଗର ପ୍ରକୋପ ବୃଦ୍ଧି ପାଇବ । ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ । ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ପାଖରେ ଆଦୃତ ହେବେ । କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ଭୂବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

କର୍କଟ-

କର୍ମକ୍ଷେତ୍ରରେ ବିଭିନ୍ନ ଦିଗରୁ ଲାଭବାନ ହେବେ । ଅଟକି ଥିବା  ସମସ୍ୟାର ସମାଧାନ ପାଇଁ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ କରିବେ । ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖାଦେଇପାରେ । ରାଜନୀତି କ୍ଷେତ୍ରରେ ଶୁଭ ଫଳ ମିଳିବ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ 

ସିଂହ-

ପାରିବାରିକ କଷ୍ଟ ଦୂର ହୋଇପାରେ । ସ୍ୱାସ୍ଥ୍ୟରେ ସୁଧାର ଆସିବ । କର୍ମ କ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟା ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଆଶାନୁରୂପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୂର୍ଣ୍ଣ ରହିବ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ

କନ୍ୟା-

କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ନଗଦ କାରବାର ରେ ଅଧିକ ଲାଭପ୍ରଦ ହେବେ । ଧର୍ମ ର୍କାର‌୍ୟ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲାଭ କରିବେ । ପାରିବାରିକ ଜୀବନ ସୁଖ ମୟ ହେବ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ପ୍ରଭୁ ନାରାୟଣଙ୍କ ଫଟକୁ ପୂଜା କରନ୍ତୁ   

ତୁଳା-

ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ସ୍ୱାସ୍ଥ୍ୟ ଲାଗି ଖର୍ଚ୍ଚ କରିବେ । ବିଦ୍ୟାର୍ଥୀ ମାନେ କିଛି ନୂତନ ଶିକ୍ଷା ପାଇଁ ଆଗ୍ରହ ପ୍ରକାଶ କରିବେ । ବ୍ୟବସାୟ , ପରିବହନ କ୍ଷେତ୍ରରେ ଥିବା ଦ୍ୱନ୍ଦ ଦୂର ହେବ । ରାଜନୀତିରେ ସାଧାରଣ କଥାକୁ କେନ୍ଦ୍ରକରି ମତ ପାର୍ଥକ୍ୟ ଦେଖା ଦେଇପାରେ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ଦ୍ୱାରା କେତେକାଂଶରେ ଅଭିଳାଷ ମଧ୍ୟ ପୂରଣ ହୋଇଯିବ । 
ଶୁଭ ରଙ୍ଗ - ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶନିଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ବିଛା-

ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସମ୍ପର୍କ ରହିବ । ବହୁତ ଦିନରୁ ଭଲ ସମ୍ପର୍କ ନଥିବା ଭ୍ରାତୃ ସମ୍ପର୍କରେ ଉନ୍ନତି ଘଟିବ । ପିତା ମାତାଙ୍କ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ରାଜନୈତିକ ସ୍ଥିତି ମଜଭୁତ ରହିବା ସାଙ୍ଗକୁ ସାମାଜିକ ପ୍ରତିଷ୍ଠା ବଢ଼ିବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହୋଇପାରନ୍ତି ।  
ଶୁଭ ରଙ୍ଗ - ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନ କରନ୍ତୁ

ଧନୁ-

ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନିତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀ ମାନେ ପଢାରେ କଷ୍ଟ କରିବେ । କର୍ମକ୍ଷେତ୍ରରେ ସାମାନ୍ୟ ବିଶ୍ରାମ କରିବାର ସୁଯୋଗ ପାଇବା କଷ୍ଟକର ହୋଇପାରେ ।  ଅଧିକ ମୂଲ୍ୟ ଦେଇ ଜମି କିଣିବେ । ଶତୃଙ୍କର ସଡ  ଯନ୍ତ୍ରର ଶିକାର ହୋଇ ପାରନ୍ତି
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ହନୁମାନଙ୍କ ପାଖରେ ବୁନ୍ଦିଲଡୁ ଭୋଗ ଲଗାନ୍ତୁ

ମକର-

ବନ୍ଧୁଙ୍କ ସହଯାଗରେ କେତେକ ସମସ୍ୟାର ସମାଧାନ ହେବ । ଧନ ଆଦାନ ପ୍ରଦାନରେ ମନମୁତାବକ ଲାଭବାନ୍ ହେବାର ସମ୍ଭାବନା ଅଛି । ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – କଳା ରଙ୍ଗର କୁକୁରକୁ ଖାଇବାକୁ ଦିଅନ୍ତୁ

କୁମ୍ଭ-

ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର‌୍ୟ୍ୟ ହାସଲ କରିନେବେ ।    ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ମୀନ-

ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।  ପାଖ ପଡ଼ୋଶୀମାନେ ସହଯୋଗର ହାତ ବଢ଼ାଇପାରନ୍ତି। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ବୃଦ୍ଧି ପାଇବ । ବହୁ ଲୋକଙ୍କ ର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଦୂର ଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ।  
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

CYCLONE DANA
6m ago
speed 10; ସ୍କ୍ରୋଲ୍ କରନ୍ତୁ... ଖବର ପଢନ୍ତୁ...
କେନ୍ଦ୍ରାପଡାର ହବାଳିଖଟି ନେଚର କ୍ୟାମ୍ପ ନିକଟରେ ସ୍ଥଳଭାଗ ଛୁଇଁଲା ଭୀଷଣ ବାତ୍ୟା ଦାନା .... ପ୍ରବଳ ବର୍ଷା ସହ ଜୋରରେ ବହିଲା ପବନ ଲ୍ୟାଣ୍ଡଫଲ୍ ପରେ କେନ୍ଦ୍ରାପଡ଼ା, ଭଦ୍ରକ
CYCLONE DANA
50m ago
ସରିଲା ଲ୍ୟାଣ୍ଡଫଲ୍ , କେମିତି ଥିଲା ଦୃଶ୍ୟ ଦେଖନ୍ତୁ ଭିଡିଓ...
ଅର୍ଗସ ବ୍ୟୁରୋ: ବାତ୍ୟା 'ଦାନା'ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇଛି । ଦୁର୍ବଳ ହେଉଛି ବାତ୍ୟା ଦାନା । ଧିରେ ଧିରେ କମୁଛି ପବନର ବେଗ । କେନ୍ଦ୍ରାପଡାର ହବାଳି ଖଟ
CYCLONE DANA
ବାତ୍ୟା ଦାନା ପ୍ରଭାବରେ ବୁଡିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ
ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ହବାଳିଖଟିରେ ଲ୍ୟାଣ୍ଡଫଲ ବେଳେ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସହ ଲୋକଙ୍କ ମନରେ ଛନକା ଭରିଲା ପବନ