ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ରେଡ ଆଲର୍ଟ 
by Argus News
Mon, Sep 09 | 4:17 p.m.

ଭୁବନେଶ୍ୱର:  ପୁରୀ ଉପକୂଳ ଅତିକ୍ରମ କଲା ଗଭୀର ଅବପାତ । ଦିନ ସାଢେ ୧୦ ରୁ ସାଢେ ୧୧ଟା ମଧ୍ୟରେ ଉପକୂଳ ଅତିକ୍ରମ କରିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଗଭୀର ଅବପାତ ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ବିଶେଷ କରି ଆଜି ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୀଷଣ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଭୀଷଣ ବର୍ଷା ନେଇ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୧୨ଟି ଜିଲ୍ଲାକୁ ଅରେଞ୍ଜ ଏବଂ ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରେଡ ଆଲର୍ଟରେ ଥିବା ଜିଲ୍ଲାଗୁଡିକ ହେଲା  ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ବଲାଙ୍ଗିର, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର । ଏହି ସବୁ ଜିଲ୍ଲାରେ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସହ ଅକସ୍ମାତ ବନ୍ୟା ପରିସ୍ଥିତି ଉପୂଜିପାରେ । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହି । ଫଳରେ ଅଶାନ୍ତ ହେବ ସମୁଦ୍ର । ଏଥିପାଇଁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ନ ଯିବାକୁ ପରାମର୍ଶ ଦିଆଯାଇଛି । ସେହିଭଳି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବରଗଡ, ସୋନପୁର, ନୂଆପଡା, କଳାହାଣ୍ଡି, ରାୟଗଡା ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।  ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଏବଂ ଦେବଗଡକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

କାଲି ସକାଳ ପର୍ଯ୍ୟନ୍ତ ସର୍ବାଧିକ ବର୍ଷାର ପ୍ରଭାବ ରହିବ । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଝାରସୁଗୁଡା, ବରଗଡ ଏବଂ ନୂଆପଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।  ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ଆସନ୍ତା ଦୁଇ ଦିନ ମଧ୍ୟରେ ଉତ୍ତର ଓଡ଼ିଶା, ଗାଙ୍ଗେଟି ପଶ୍ଚିମବଙ୍ଗ, ଝାଡଖଣ୍ଡ ଦେଇ ଛତିଶଗଡ ମୁହାଁ ହେବ । ପ୍ରଭାବରେ ଉପର ମହାନଦୀ କ୍ୟାଚ୍ମେଣ୍ଟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଫଳରେ ମହାନଦୀ ସମେତ ବିଭିନ୍ନ ଶାଖା ନଦୀ ପୁଣି ଫୁଲିବାର ଆଶଙ୍କା ରହିଛି । xତ ୨୪ ଘଣ୍ଟାରେ ମାଲକାନଗିରିରେ ସର୍ବାଧିକ ୨୫୩ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ଚିତ୍ରକୋଣ୍ଡାରେ ୨୨୫ ମିଲିମିଟର, କୋରାପୁଟ ଲମତାପୁଟରେ ୧୩୨ ମିଲିମିଟର ବର୍ଷା ରେକର୍ଡ ହୋଇଛି ।  
ଅଧିକ ପଢନ୍ତୁ ଓଡ଼ିଶା ଖବର 

ପୋଲିସ ଡିଜି ଓ୍ବାଇବି
14m ago
ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବୃଦ୍ଧି କଲେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: ପୋଲିସ ଡିଜି ଓ୍ବାଇବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ିଲା। ୧୬ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର। ସୂଚନାଯୋଗ୍ୟ ଗତ ମାସରେ ପୁଲି
ଜମ୍ମୁ-କଶ୍ମୀର
36m ago
ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧିକ ମତଦାନ
ଅର୍ଗସ ବ୍ୟୁରୋ: ଏକ ଦଶନ୍ଧି ପରେ ଜମ୍ମୁ-କଶ୍ମୀରରେ ପ୍ରଥମ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଶେଷ ହୋଇଛି । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁଯାୟୀ, ପ୍ରଥମ ପର୍ଯ୍ୟାୟରେ ୫୮ ପ୍ରତିଶତରୁ ଅଧି
ରାଜଧାନୀରେ
ରାଜଧାନୀରେ ପୁଣି ବୋମାମାଡ: ୩ଟି ବୋମା ଫିଙ୍ଗିଲେ ଦୁର୍ବୁତ୍ତ
ଅର୍ଗସ ବ୍ୟୁରୋ: ରାଜଧାନୀରେ ପୁଣି ବୋମାମାଡ଼ ହୋଇଛି। କ୍ୟାପିଟାଲ ଥାନା ଅଞ୍ଚଳର ଦୁଇଟି ସ୍ଥାନରେ ବୋମାମାଡ ହୋଇଛି। ୨ଜଣ ଯୁବକ ବାଇକରେ ଆସି ଦୁଇଟି ସ୍ଥାନରେ ୩ଟି ବୋମା ପକାଇ ଫେରାର